ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି : ଆସନ୍ତା ୨୪ ଘଂଟା ପାଇଁ ୧୪ ଜିଲ୍ଲାକୁ ଚେତାବନୀ

ଭୁବନେଶ୍ୱର, ୨୬ ଜାନୁଆରୀ - ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଂଟା ପାଇଁ ୧୪ଟି ଜିଲ୍ଲାକୁ ଚେତାବନୀ ଜାରୀ କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଯାଜପୁର, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ନୟାଗଡ଼, ଖୋର୍ଦ୍ଧା, ପୁରୀ, କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ନବରଙ୍ଗପୁର ଏବଂ କୋରାପୁଟ । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ୨୭ ତାରିଖ ସକାଳ ୮ଟା ୩୦ରୁ ୨୮ ତାରିଖ ସକାଳ ୮ଟା ୩୦ ପର୍ଯ୍ୟନ୍ତ ଘନ କୁହୁଡ଼ି ନେଇ୧୧ଟି ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ଯାଜପୁର, କଟକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର ଏବଂ କୋରାପୁଟ । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ । ତେବେ ୨୮ରୁ ୩୧ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।