BIG NEWS
ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି

୧୯ ଓ ୨୦ ତାରିଖରେ କେତେକ ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ପାଣିପାଗ ବିଭାଗର ଚେତାବନୀ

FMNEWS.IN 16-03-2025
Meteorological Department warns of thunderstorms and strong winds in some places on 19th and 20th

ଭୁବନେଶ୍ୱର, ୧୬ ମାର୍ଚ୍ଚ- ୧୯ ଓ ୨୦ ତାରିଖରେ କେତେକ ସ୍ଥାନରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

୧୯ ତାରିଖରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୭ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।

ସେହିପରି ୨୦ ତାରିଖରେ କୋହଲା ପବନ ସାଙ୍ଗକୁ ବଜ୍ରପାତ ନେଇ ୧୧ ଜିଲ୍ଲାକୁ ଚେତାବନୀ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା ଏବଂ ସମ୍ବଲପୁର । ଏହି ସମୟରେ ସେଠାରେ ପବନର ବେଗ ଘଂଟା ପ୍ରତି ୪୦ରୁ ୫୦ କି.ମି. ରହିପାରେ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।