Breaking News
ଆଗାମୀ ୭ ଦିନ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବାର ସମ୍ଭାବନା, ଆଗାମୀ ୫ ଦିନ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ
FMNEWS.IN
02-03-2025

ଭୁବନେଶ୍ୱର, ୨ ମାର୍ଚ୍ଚ - ଆଗାମୀ ୭ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ଆସନ୍ତା ମାର୍ଚ୍ଚ ୯ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶାର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଆଗାମୀ ୫ ଦିନ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।