- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୯ ଅକ୍ଟୋବର - ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୦ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଟୋବର ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।