- ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗେଇଙ୍କ ପୁଣ୍ୟତିଥିରେ ତାଙ୍କ ଯୋଗଦାନକୁ ସ୍ମରଣ କଲେ କଂଗ୍ରେସ ଅଧ୍ୟକ୍ଷ
- ବିଭୀଷଣ କଥା ମୁଁ କହିନାହିଁ - ଭକ୍ତ ଦାସ
- ନିଶାସକ୍ତ ସ୍ୱାମୀ ମାଡରେ ସ୍ତ୍ରୀ ମୃତ; ସ୍ଵାମୀ ଗିରଫ
- ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ୨୦୨୫ -୨୬ଖରିଫ୍ ମାର୍କେଟିଂ ଋତୁ ନିମନ୍ତେ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ
- ଦୁଇ ସପ୍ତାହ ମଧ୍ୟରେ ଜିଲ୍ଲା କଂଗ୍ରେସ ସଂଗଠନ ସୃଜନ, ଡିସିସି କର୍ମକର୍ତ୍ତା ଓ ବ୍ଲକ୍ ସଭାପତି ବଛା ହେବେ : କଂଗ୍ରେସ
ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୯ ଅକ୍ଟୋବର - ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ ।
ଆସନ୍ତା ୨୪ ଘଂଟା ମଧ୍ୟରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି । ଚେତାବନୀ ଜାରି ହୋଇଥିବା ଜିଲ୍ଲା ଗୁଡିକ ମଧ୍ୟରୁ କେତେକ ସ୍ଥାନରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କି.ମି. ରହିପାରେ ।
ସେହିପରି ୨୦ ତାରିଖ ଅର୍ଥାତ୍ ଆସନ୍ତାକାଲି ପାଇଁ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୧ ତାରିଖରେ ଝଡ଼ କିମ୍ବା ବଜ୍ରପାତ ଓ ପବନ ନେଇ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଅକ୍ଟୋବର ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ କୌଣସି ଚେତାବନୀ ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।