Breaking News
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
- ନିର୍ମମ ବ୍ୟବହାର କରି କଣ ଆମେ ଧର୍ମ ପ୍ରସାର କରି ପାରିବା ? : ଭକ୍ତ
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
୧ ଜାନୁ୍ଆରୀରୁ ଝାରସୁଗୁଡାରୁ ହାଇଦ୍ରାବାଦ୍, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ଉଡିବ ବିମାନ
FMNEWS.IN
30-12-2024
ଭୁବନେଶ୍ୱର, 30 ଡିସେମ୍ବର - ଓଡ଼ିଶାର ଯୋଗାଯୋଗ ବ୍ୟବସ୍ଥାରେ ନୂଆ ଅଧ୍ୟାୟ ଯୋଡ଼ି ହେବାକୁ ଯାଉଛି। ୦୧ ଜାନୁ୍ଆରୀ ୨୦୨୫ରୁ ଝାରସୁଗୁଡାରୁ ହାଇଦ୍ରାବାଦ୍, ରାୟପୁର, ଲକ୍ଷ୍ନୌ, ମୁମ୍ବାଇକୁ ଏବଂ ୦୩ ଜାନୁ୍ଆରୀ ୨୦୨୫ରୁ ଭୁବନେଶ୍ବର ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଇନ୍ଦୋର, ଡେରାଡୁନ୍, କୋଚି, ଜୟପୁର, ଲକ୍ଷ୍ନୌକୁ ସିଧାସଳଖ ବିମାନ ସେବା ଆରମ୍ଭ ହେଉଛି। ଏହା ରାଜ୍ୟର ଅର୍ଥନୈତିକ ବିକାଶ କ୍ଷେତ୍ରରେ ମାଇଲଖୁଣ୍ଟ ସାବ୍ୟସ୍ତ ହେବ। ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି ।