Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଜାନୁଆରୀ ୧୫ ପରେ 'ସୁଭଦ୍ରା' ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
FMNEWS.IN
04-01-2025
(FMNews):--ମାର୍ଚ୍ଚ 30ରେ ଆବେଦନ କଲେ ବି ଏକା ଥରେ ମିଳିବ ସୁଭଦ୍ରାର ଦୁଇଟି କିସ୍ତି । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ 8 ଥିଲା କିନ୍ତୁ ମାର୍ଚ୍ଚ 30 ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା । ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି । ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି । ତେଣୁ ଯାହାର 5 ଏକର ଜମି ଅଛି ବା ନାହିଁ, ଏହି ଦ୍ଵନ୍ଦ ପାଇଁ ଡିସେମ୍ବର 30 ଯାଏଁ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା । ଏହି ସମୟ ଅବଧିକୁ ଜାନୁଆରୀ 15 ଯାଏଁ ବୃଦ୍ଧି କରାଯାଇଛି । ତେଣୁ ଜାନୁଆରୀ 15 ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ।