Breaking News
- କଂଗ୍ରେସ ସଂଗଠନ ସୃଜନ ଅଭିଯାନ : ତୃତୀୟ ଦିନରେ ଓଡିଶା ପହଁଞ୍ଚିଲେ ୭ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ
- 2025 ମସିହା ଶେଷକୁ ଜନଗଣନା ଆରମ୍ଭ ହେବ- ରାଜସ୍ୱ ମନ୍ତ୍ରୀ
- ‘ଭୋଟର ଅଧିକାର ଯାତ୍ରା’ ବିପ୍ଲବ ସମଗ୍ର ଦେଶକୁ ବ୍ୟାପିବ: ରାହୁଲ ଗାନ୍ଧୀ
- ନଭେମ୍ବର କିମ୍ବା ଡିସେମ୍ବରରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧୀ
- ମୁଖ୍ୟମନ୍ତ୍ରୀ ରାହୁଲ ଗାନ୍ଧୀ ଓ କଂଗ୍ରେସ ଦଳକୁ ନିସର୍ତ କ୍ଷମା ମାଗନ୍ତୁ
ଜାନୁଆରୀ ୧୫ ପରେ 'ସୁଭଦ୍ରା' ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା
FMNEWS.IN
04-01-2025

(FMNews):--ମାର୍ଚ୍ଚ 30ରେ ଆବେଦନ କଲେ ବି ଏକା ଥରେ ମିଳିବ ସୁଭଦ୍ରାର ଦୁଇଟି କିସ୍ତି । ଗାଁର ଶେଷ ଯୋଗ୍ୟ ହିତାଧିକାରୀ ଆବେଦନ ନକଲା ଯାଏଁ ଚାଲିବ ପଞ୍ଜୀକରଣ । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା ସୂଚନା ଦେଇଛନ୍ତି । ପ୍ରଥମ କିସ୍ତି ମିଳିବାର ଶେଷ ତାରିଖ ମାର୍ଚ୍ଚ 8 ଥିଲା କିନ୍ତୁ ମାର୍ଚ୍ଚ 30 ପରେ ଆବେଦନ କଲେ ବି ମିଳିବ ପ୍ରଥମ କିସ୍ତି ଟଙ୍କା । ବ୍ୟାଙ୍କ ଗୁଡିକ ସହିତ ବୈଠକ ସରିଲାଣି । ଏବେ ଅଙ୍ଗନବାଡ଼ି ଦିଦି ମାନେ ଘର ଘର ବୁଲୁଛନ୍ତି । ତେଣୁ ଯାହାର 5 ଏକର ଜମି ଅଛି ବା ନାହିଁ, ଏହି ଦ୍ଵନ୍ଦ ପାଇଁ ଡିସେମ୍ବର 30 ଯାଏଁ ତଦନ୍ତ ହେଉଛି ବୋଲି ପୂର୍ବରୁ ସୂଚନା ଦିଆଯାଇଥିଲା । ଏହି ସମୟ ଅବଧିକୁ ଜାନୁଆରୀ 15 ଯାଏଁ ବୃଦ୍ଧି କରାଯାଇଛି । ତେଣୁ ଜାନୁଆରୀ 15 ପରେ ମିଳିବ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ।