Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ନବଗଠିତ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ମାନଙ୍କୁ ମିଳିବ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ୧୫୪୨ ଟି ସଂସ୍ଥା ପାଇବେ ୭୬.୮୦ କୋଟି
FMNEWS.IN
22-01-2025
(FMNews):-- ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମା୍ମମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି ଗଠନ କରଯାଇଛି। ଏହା ମ୍ମରେ ୧୫୪୨ ଟି ନୂଆ ପ୍ୟାକ୍ସ ଓ ଲ୍ୟାମ୍ପ୍ସ ଗଠନ କରାଯାଇଛି।
ଏହି ନବଗଠିତ ସଂସ୍ଥା ଗୁଡିକୁ କାର୍ଯ୍ୟକ୍ଷମ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ନେଇଛନ୍ତି ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ନବଗଠିତ ପ୍ୟାକ୍ସ କିମ୍ବା ଲ୍ୟାମ୍ପ୍ସକୁ କାର୍ଯ୍ୟକ୍ଷମ ହେବାପାଇଁ ୫ ଲକ୍ଷ ଟଙ୍କା ଲେଖାଏଁ ମୂଳଧନ ଦିଆଯିବ । ଏ ସଂପର୍କିତ ଏକ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି ।
ଏହାଦ୍ୱାରା ନବଗଠିତ ୧୫୪୨ଟି ପ୍ୟାକ୍ସ ଓ ଲ୍ୟାମ୍ପ୍ସକୁ ମୂଳଧନ ଭାବରେ ୭୬.୮୦ କୋଟି ଟଙ୍କା ପ୍ରଦାନ କରାଯିବ।
ଏହାଦ୍ୱାରା ରାଜ୍ୟର ସମବାୟ କ୍ଷେତ୍ର ସୁଦୃଢ ହେବା ସହିତ ଚାଷୀଭାଇମାନେ ଉପକୃତ ହେବେ ବୋଲି ମୁଖ୍ୟମନ୍ତ୍ରୀ ଆଶାପ୍ରକାଶ କରିଛନ୍ତି ।