- ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
- ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
- ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି
- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩୧୨ କୋଟି ଟଙ୍କାର ଘଟଗାଁ ତାରିଣୀ ମନ୍ଦିର ବିକାଶ ପ୍ରକଳ୍ପର ଶୁଭାରମ୍ଭ କଲେ
- ଗୋଆରେ ନାଇଟ୍ କ୍ଲବରେ ସିଲିଣ୍ଡର ବିସ୍ଫୋରଣ ପରେ ଲାଗିଲା ନିଆଁ, 23 କର୍ମଚାରୀଙ୍କ ମୃତ୍ୟୁ
ମୋଟର ଯାନରେ ବୀମା ନ ଥିଲେ ସ୍ୱୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲଗେଟ
ଭୁବନେଶ୍ୱର, 18 ଜାନୁଆରି :-ମୋଟର ଯାନରେ ବୀମା ନ ଥିଲେ ସ୍ୱୟଂକ୍ରିୟ ପ୍ରଣାଳୀରେ ଧରିବ ଟୋଲଗେଟ । ଇ-ଡିଟେକ୍ସନ ପ୍ରକ୍ରିୟାରେ ଜାରିହେବ ଇ-ଚାଲାଣ ।
ଆସନ୍ତା ଫେବ୍ରୁୟାରୀ ପହିଲାରୁ ରାଜ୍ୟର ବିଭିନ୍ନ ଜାତୀୟ ରାଜପଥରେ ଥିବା ସମସ୍ତ ୨୨ଟି ଟୋଲଗେଟରେ ଏହା କାର୍ଯ୍ୟକାରୀ ହେବ । ମୋଟର ଯାନ ଆଇନ ଅନୁଯାୟୀ ବୈଧ ବୀମା ନଥାଇ ଗାଡ଼ି ଚଳାଚଳ କରୁଥିବା ନିୟମ ଉଲ୍ଲଙ୍ଘନକାରୀଙ୍କୁ ଚିହ୍ନଟ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିଷ୍ପତ୍ତି ଗ୍ରହଣ କରାଯାଇଛି । ମୋଟର ଯାନ ଆଇନର ଧାରା ୧୪୬ ଅନୁଯାୟୀ ପ୍ରତ୍ୟେକ ମୋଟର ଯାନ ବୈଧ ବୀମାଭୁକ୍ତ ହେବା ବାଧ୍ୟତାମୂଳକ । ଏହାର ଉଲ୍ଲଙ୍ଘନ କଲେ ଧାରା ୧୯୬ ଅନୁଯାୟୀ ୨ ହଜାର ଟଙ୍କା ଜରିମାନା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ୍ କିମ୍ବା ଉଭୟ ଦଣ୍ଡର ପ୍ରାବଧାନ ରହିଛି ।
ସେହିଭଳି ପୁନର୍ବାର ନିୟମ ଉଲ୍ଲଂଘନ କଲେ ଜରିମାନା ରାଶି ୪ ହଜାର ଟଙ୍କା କିମ୍ବା ୩ ମାସ ପର୍ଯ୍ୟନ୍ତ ଜେଲ କିମ୍ବା ଉଭୟ ଦଣ୍ଡରେ ଦଣ୍ଡିତ କରାଯିବାର ପ୍ରାବଧାନ ଅଛି । ଅନେକ ଘରୋଇ ଓ ବ୍ୟବସାୟିକ ଗାଡ଼ି ନିୟମ ଉଲ୍ଲଙ୍ଘନ କରି ବୀମା କରୁନାହାନ୍ତି । ଫଳରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁରେ ମୃତକଙ୍କ ପରିବାର ଅନୁକମ୍ପାମୂଳକ ବୀମା ରାଶି ପାଇବାରୁ ବଞ୍ଚିତ ହେଉଛନ୍ତି । ଯାହାକୁ ନେଇ ସରକାରଙ୍କ ପକ୍ଷରୁ ଉଦବେଗ ପ୍ରକାଶ ପାଇଛି । ଏହାକୁ ଦୃଷ୍ଟିରେ ରଖି ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପରିବହନ ଆୟୁକ୍ତ ନିର୍ଦ୍ଦେଶ ଦେଇଛନ୍ତି । ପୂର୍ବରୁ ଇ- ଡିଟେକ୍ସନରେ ପରମିଟ, ଫିଟନେସ, ଟିକସ ନିୟମ ଉଲ୍ଲଂଘନକାରୀଙ୍କୁ ଟୋଲଗେଟରେ ଚିହ୍ନଟ କରାଯାଉଥିଲା । ଏବେ ବୀମା ନିୟମ ଉଲ୍ଲଂଘନକାରୀଙ୍କୁ ମଧ୍ୟ ଏହି ପ୍ରକ୍ରିୟାରେ ଚିହ୍ନଟ କରାଯିବ । ଏନଫୋର୍ସମେଣ୍ଟରେ ଆଧୁନିକ ଜ୍ଞାନକୌଶଳକୁ ଅଧିକ ବ୍ୟବହାର କରାଯିବାକୁ ନିଷ୍ପତ୍ତି ହୋଇଛି । ତେଣୁ ଗାଡ଼ିର ବୀମା ନ ଥିଲେ ତୁରନ୍ତ ବୀମା କରାଇ ନେବାକୁ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ଅନୁରୋଧ କରାଯାଇଛି ।