Breaking News
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
- ନିର୍ମମ ବ୍ୟବହାର କରି କଣ ଆମେ ଧର୍ମ ପ୍ରସାର କରି ପାରିବା ? : ଭକ୍ତ
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ନିଳାଗୁଡା ଜଙ୍ଗଲରେ ଅବକାରି ଚଢଉ
FMNEWS.IN
22-01-2025
(FMNews):--ଜୟପୁର ସଦର ଥାନା ଅନ୍ତର୍ଗତ ନିଳାଗୁଡା ଜଙ୍ଗଲରେ ଆଜି ସକାଳ ୭ଟା ୩୦ ମନିଟ ସମୟରେ ଅବକାରି ଚଢଉ ହୋଇଛି । ଦେଶି ମଦ ପ୍ରସ୍ତୁତ ସହ ଲୁଚାଇ ରଖିଥିବା ସୂଚନା ପାଇ ଜୟପୁର ଅବକାରି ଥାନା ପକ୍ଷରୁ ଏହି ଚଢଉ କରାଯାଇଛି । ଚଢଉ ସୂଚନା ପାଇ ମଦ ମାଫିଆ ମାନେ ଚମ୍ପଟ ମାରିଥିବା ବେଳେ ଅବକାରି ବିଭାଗ ମଦ ଭାଟି ଭଙ୍ଗିବା ସହ ୨ ହଜାର ଲିଟର ପୋଚ ଓ ୧୧୦ ଲିଟର ଦେଶି ମଦ ଜବତ କରି ନଷ୍ଟ କରିଛି । ମଦ ସରଞ୍ଜାମ ଡ୍ରମ ଆଦିକୁ ଜବତ କରିଥିବା ବିଷୟ ଅବକାରି ଓଆଇସି ହିରଣ ସୁବ୍ରତ ସୂଚନା ଦେଇଛନ୍ତି । ଏହି ଚଢଉ ଅପରାହ୍ନ ୧ଟା ୩୦ ମିନିଟ ସମୟରେ ଶେଷ ହୋଇଥିବା ବିଷୟ ଅବକାରି ବିଭାଗ ତରଫରୁ ସୂଚନା ଦିଆଯାଇଛି ।