- ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
- ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
- ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି
- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩୧୨ କୋଟି ଟଙ୍କାର ଘଟଗାଁ ତାରିଣୀ ମନ୍ଦିର ବିକାଶ ପ୍ରକଳ୍ପର ଶୁଭାରମ୍ଭ କଲେ
- ଗୋଆରେ ନାଇଟ୍ କ୍ଲବରେ ସିଲିଣ୍ଡର ବିସ୍ଫୋରଣ ପରେ ଲାଗିଲା ନିଆଁ, 23 କର୍ମଚାରୀଙ୍କ ମୃତ୍ୟୁ
ନାବାଳିକା ଦୁଷ୍କର୍ମ ଅଭିଯୁକ୍ତକୁ ୨୦ ବର୍ଷ ଜେଲ ୪୫ ହଜାର ଟଙ୍କା ଜୋରିମାନା
କନ୍ଧମାଳ, ୨୬ ଡିସେମ୍ବର- ଫୁଲବାଣୀ ଅତିରିକ୍ତ ଜିଲ୍ଲା ଦୌରାଜଜ ଏବଂ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ରାଜେଶ ଦାଶ, ଆଜି ଏକ ନାବାଳିକା ଦୁଷ୍କର୍ମ ମାମଲାର ବିଚାରଣା କରି ମାମଲାର ପିଡିତା, ୧୨ ଜଣ ସାକ୍ଷୀଙ୍କ ବୟାନ ଡାକ୍ତରୀ ରିପୋର୍ଟ ଆଧାରରେ ମାମଲାର ଅଭିଯୁକ୍ତ ମହାସେକ ପାଟମାଝୀକୁ ଦୋଷୀ ସାବ୍ୟସ୍ତ କରି ତାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଏବଂ ୪୫ ହଜାର ଟଙ୍କା ଜରିମାନା ଦଣ୍ଡରେ ଦଣ୍ଡିତ କରିଛନ୍ତି। ଜରିମାନା ଅନାଦେୟ, ତାକୁ ଆଉ ଅଧିକ ୧୧ ମାସ ଜେଲ ଦଣ୍ଡ ଭୋଗିବାକୁ ପଡିବ ବୋଲି ନିଜ ରାୟରେ ପ୍ରକାଶ କରିଛନ୍ତି ବିଚାରପତି । ପିଡିତାଙ୍କୁ କ୍ଷତି ପୂରଣ ବାବଦରେ ୫ ଲକ୍ଷ ଟଙ୍କା ପ୍ରଦାନ କରାଯିବାକୁ ଆଇନ ସେବା ପ୍ରାଧୀକରଣକୁ ମଧ୍ୟ ନିର୍ଦ୍ଧେଶ ଦେଇଛନ୍ତି।
ସୂଚନା ଅନୁସାରେ, ଗତ ୮/୫/୨୦୧୮ରେ ପୀଡିତାଙ୍କ ପରିବାର ପକ୍ଷରୁ କୋଟଗଡ ଥାନାରେ ଏକ ଲିଖିତ ଅଭିଯୋଗ ହୋଇଥିଲା । କୋଟଗଡ ଥାନା ଅଧିକାରୀ ଅଭିଯୋଗ ଅନୁଯାୟୀ ଏକ ମାମଲା ୨୫/୨୦୧୮ ରୁଜୁ କରି ମହାସେକ ପାଟମାଝୀକୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଆଜି ସେହି ମାମଲାର ବିଚାର କରି ଉପୋରୋକ୍ତ ରାୟ ଶୁଣାଇଛନ୍ତି ବିଚାରପତି । ଏହି ମାମଲାକୁ ସରକାରଙ୍କ ତରଫରୁ ସ୍ବତନ୍ତ୍ର ପୋକ୍ସୋ ପିପି ଅସୀମ ପ୍ରହରାଜ ପରିଚାଳନା କରୁଥିଲେ ।