Breaking News
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
- ନିର୍ମମ ବ୍ୟବହାର କରି କଣ ଆମେ ଧର୍ମ ପ୍ରସାର କରି ପାରିବା ? : ଭକ୍ତ
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ବୋମା ପକାଇ ହତ୍ୟା ମାମଲା : ୪ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ
FMNEWS.IN
26-04-2025
ଖୋର୍ଦ୍ଧା- ଖୋର୍ଦ୍ଧା ବାଣପୁରରେ ବୋମା ପକାଇ ଜଣେ ବ୍ୟକ୍ତିଙ୍କୁ ହତ୍ୟା ମାମଲାରେ ସମ୍ପୃକ୍ତ ୬ ଜଣଙ୍କ ମଧ୍ୟରୁ ୪ ଜଣ ଦୋଷୀଙ୍କୁ ଆଜି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ।
ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୧୪ ମସିହାରେ ପ୍ରଶାନ୍ତ ବିଷୋୟୀଙ୍କୁ ବୋମା ପକାଇ ହତ୍ୟା କରାଯାଇଥିଲା । ପୂର୍ବ ଶତୃତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିଲା । ମାମଲା କୋର୍ଟରେ ବିଚାରାଧିନ ଥିଲା । ଘଟଣାରେ ୬ ଜଣଙ୍କ ସମ୍ପୃକ୍ତି ରହିଥିଲା । ତେବେ ଇତିମଧ୍ୟରେ ୨ ଜଣଙ୍କ ମୃତ୍ୟୁ ହୋଇସାରିଛି । ମାମଲାର ବିଚାର କରି କୋର୍ଟ ଉପରୋକ୍ତ ରାୟ ଦେଇଛନ୍ତି ।