Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ବୋମା ପକାଇ ହତ୍ୟା ମାମଲା : ୪ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ
FMNEWS.IN
26-04-2025
ଖୋର୍ଦ୍ଧା- ଖୋର୍ଦ୍ଧା ବାଣପୁରରେ ବୋମା ପକାଇ ଜଣେ ବ୍ୟକ୍ତିଙ୍କୁ ହତ୍ୟା ମାମଲାରେ ସମ୍ପୃକ୍ତ ୬ ଜଣଙ୍କ ମଧ୍ୟରୁ ୪ ଜଣ ଦୋଷୀଙ୍କୁ ଆଜି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ।
ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୧୪ ମସିହାରେ ପ୍ରଶାନ୍ତ ବିଷୋୟୀଙ୍କୁ ବୋମା ପକାଇ ହତ୍ୟା କରାଯାଇଥିଲା । ପୂର୍ବ ଶତୃତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିଲା । ମାମଲା କୋର୍ଟରେ ବିଚାରାଧିନ ଥିଲା । ଘଟଣାରେ ୬ ଜଣଙ୍କ ସମ୍ପୃକ୍ତି ରହିଥିଲା । ତେବେ ଇତିମଧ୍ୟରେ ୨ ଜଣଙ୍କ ମୃତ୍ୟୁ ହୋଇସାରିଛି । ମାମଲାର ବିଚାର କରି କୋର୍ଟ ଉପରୋକ୍ତ ରାୟ ଦେଇଛନ୍ତି ।