- ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
- ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
- ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି
- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩୧୨ କୋଟି ଟଙ୍କାର ଘଟଗାଁ ତାରିଣୀ ମନ୍ଦିର ବିକାଶ ପ୍ରକଳ୍ପର ଶୁଭାରମ୍ଭ କଲେ
- ଗୋଆରେ ନାଇଟ୍ କ୍ଲବରେ ସିଲିଣ୍ଡର ବିସ୍ଫୋରଣ ପରେ ଲାଗିଲା ନିଆଁ, 23 କର୍ମଚାରୀଙ୍କ ମୃତ୍ୟୁ
ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ
(FMNews)- ରାଜଧାନୀରେ ବୀଭତ୍ସ ହତ୍ୟାକାଣ୍ଡ । ବିଚ ରାସ୍ତାରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୁତ୍ତ । ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣା ସ୍ଥଳରେ ମଞ୍ଚେଶ୍ୱର ଥାନା ପୋଲିସ ପହଂଚି ଛାନଭିନ କରୁଛି । ଯୁବକଙ୍କ ପରିଚୟ ଜଣାପଡିନାହିଁ । ଯୁବକଙ୍କ ଘର କେଉଁଠି ତାକୁ ନେଇ ଖୋଳତାଡ କରୁଛି ପୋଲିସ । ଯୁବକଙ୍କ ବେକକୁ ଏକ ଧାରୁଆ ଅସ୍ତ୍ରରେ ହଣାଯାଇଥିବା ଜଣାପଡିଛି । ଶୃଙ୍ଖଳା ପରିସ୍ଥିତି ନେଇ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖିଛନ୍ତି। ଆଜିର ହତ୍ୟାକାଣ୍ଡ ନେଇ ପୋଲିସ ତଦନ୍ତ କରୁଛି। ଦୋଷୀକୁ ନିଶ୍ଚିତ ଧରାଯିବ। କିନ୍ତୁ କେବଳ ଆଜିର ଘଟଣା ନୁହଁ କିଛି ଦିନ ହେବ ଏଭଳି ଘଟଣା ବିଭିନ୍ନ ଅଞ୍ଚଳରୁ ନଜରକୁ ଆସୁଛି। ଗତ 24 ବର୍ଷ ସରକାରରେ ଅପରାଧ ଘଟାଇ ଦୋଷୀ ପଳାଉଥିଲେ। ପୋଲିସ୍ ଧରି ପାରୁନଥିଲା। କିନ୍ତୁ ଆମ ସରକାରର ନିଷ୍ପତ୍ତି କୌଣସି ବି ଅପରାଧି ଖସି ଯାଇପାରିବେ ନାହିଁ। ସେଇ ସମାନ ପୋଲିସ୍ ଏବେ ଅପରାଧିକୁ ଧରୁଛି କିନ୍ତୁ ପୂର୍ବ ସରକାରରେ ଏହା ହେଉନଥିଲା ବୋଲି ଆଇନ ମନ୍ତ୍ରୀ କହିଛନ୍ତି ।