- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
- ନିର୍ମମ ବ୍ୟବହାର କରି କଣ ଆମେ ଧର୍ମ ପ୍ରସାର କରି ପାରିବା ? : ଭକ୍ତ
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ଦୁଷ୍କର୍ମ ପରେ ହତ୍ୟା ମାମଲା : ପୀଡ଼ିତାଙ୍କ ପରିବାରକୁ ଭେଟିଲେ ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନା
କେନ୍ଦୁଝର :କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ତେନ୍ତଳାପଶି ଗାଁରେ ଗଣଦୁଷ୍କର୍ମ ପରେ ପୀଡିତାଙ୍କୁ ହତ୍ୟା କରି ଗଛରେ ଟାଙ୍ଗି ଦିଆଯାଇଥିବା ଘଟଣା ଏବେ ଜିଲ୍ଲାରେ ଚର୍ଚ୍ଚାର ବିଷୟ ହୋଇଛି। ଏନେଇ ବିରୋଧୀ ବିଜେଡି ଓ କଂଗ୍ରେସ ନେତାମାନେ ଘଟଣାସ୍ଥଳ ପରିଦର୍ଶନ କରିବା ସହ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।
ଆଜି ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ନାବାଳିକାଙ୍କ ପରିବାରକୁ ଭେଟି ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ସମବେଦନା ଜଣାଇଛନ୍ତି। ଏଥିସହ ପୋଲିସ ସଠିକ ଢ଼ଙ୍ଗରେ ତଦନ୍ତ କରି ଏହି ମାମଲାରେ ସମ୍ପୃକ୍ତ ସମସ୍ତ ଅଭିଯୁକ୍ତଙ୍କୁ ଯଥାଶୀଘ୍ର ଗିରଫ କରିବାକୁ ସେ ଦାବି କରିଛନ୍ତି । ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ କରିବାକୁ ଦାବି କରିଥିବା ବେଳେ ପୀଡ଼ିତ ପରିବାରକୁ ଉପଯୁକ୍ତ ନ୍ୟାୟ ନମିଳିଲେ କଂଗ୍ରେସ ଦଳ ଆନ୍ଦୋଳନକୁ ଓହ୍ଲାଇବ ବୋଲି ସେ ଚେତାବନୀ ଦେଇଛନ୍ତି । ଅତ୍ୟନ୍ତ ଗରିବ ତଥା ପୀଡ଼ିତ ପରିବାରର ଏହି ଲୋକଙ୍କୁ କ୍ଷତିପୂରଣ ସ୍ୱରୂପ ୨୫ ଲକ୍ଷ ଟଙ୍କା ସରକାର ଯୋଗାଇ ଦେବାକୁ ସେ ଦାବି କରିଛନ୍ତି । ଆଜିର ଏହି ପ୍ରତିନିଧି ଦଳରେ ରାଜ୍ୟ ଆଦିବାସୀ ସେଲ ଅଧକ୍ଷ ଯଶୋବନ୍ତ ନାରାୟଣ ସିଂ ଲାଗୁରୀ, ରାଜ୍ୟ ସମ୍ପାଦକ ସଂଗ୍ରାମ ଦାସ, ଜିଲ୍ଲା ଯୁବ କଂଗ୍ରେସ ସଭାପତି ସୁନେଶ ଧିର, ଛାତ୍ର କଂଗ୍ରେସ ସଭାପତି ଶୁଭମ ରାଜଙ୍କ ସହ ବହୁ କଂଗ୍ରେସ ନେତା ଉପସ୍ଥିତ ଥିଲେ।
ପ୍ରକାଶ ଯେ, ଉକ୍ତ ଗଣଦୁଷ୍କର୍ମ ଘଟଣାରେ ପୋଲିସ ଜଣେ ଅଭିଯୁକ୍ତକୁ ଗିରଫ କରିଥିବା ବେଳେ ପୋଷ୍ଟମର୍ଟମ ରିପୋର୍ଟ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ବୋଲି ପ୍ରକାଶ କରିଛନ୍ତି।