କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକଙ୍କ କଲ୍ୟାଣ ପାଇଁ ବଜେଟ ପ୍ରାପ୍ତ ୧୦୦ କୋଟି ଟଙ୍କାରୁ ୫୦ କୋଟି ଟଙ୍କା ହ୍ରାସ ପ୍ରତିବାଦରେ ଝାରସୁଗୁଡାରେ ଗଣଧାରଣା

FMNEWS.IN 15-04-2025
Counting in Jharsuguda in protest against reduction of Rs. 50 crore from Rs. 100 crore in the budget for the welfare of sugarcane harvesters and workers

ଝାରସୁଗୁଡ଼ା, ୧୫ ଅପ୍ରେଲ - ଆଜି ଝାରସୁଗୁଡା କେନ୍ଦୁପତ୍ର ଡିଏଫଓ ଙ୍କ କାର୍ଯ୍ୟାଳୟର ସମ୍ମୁଖରେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘ ଝାରସୁଗୁଡା ଡିଭିଜନ କମିଟି ପକ୍ଷରୁ କେନ୍ଦୁପତ୍ର ତୋଳାଳୀ ଓ ଶ୍ରମିକମାନଙ୍କ କଲ୍ୟାଣ ପାଇଁ ବଜେଟ ପ୍ରାପ୍ତ ୧୦୦ କୋଟି ଟଙ୍କାରୁ ୫୦ କୋଟି ଟଙ୍କା କାଟି ଦେବା, ସରକାରୀ ଘୋଷଣା ସତ୍ତ୍ୱେ କନ୍ୟା ବିବାହ ସହାୟତା ପ୍ରଦାନରେ ବିଳମ୍ୱ ଓ ଅବହେଳା କରୁଥିବା, ସର୍ବନିମ୍ନ ମଜୁରୀ ବୃଦ୍ଧି ଗତ ଜୁଲାଇ ମାସରୁ ହୋଇଥିଲେ ମଧ୍ୟ ଦୀର୍ଘ ୯ ମାସ ଅତିବାହିତ ହୋଇଯାଇଥିଲେ ବି ସିଜିନାଲ କର୍ମଚାରୀ ମାନଙ୍କର ମାସିକ ମଜୁରୀ ବୃଦ୍ଧି ହୋଇ ନ ଥିବା ଏବଂ ବନ୍ଧେଇ ଶ୍ରମିକ ମାନଙ୍କର ପିସ୍ ରେଟ୍ ବୃଦ୍ଧି ହୋଇନଥିବା ଏବଂ ବିଶେଷ ଭାବରେ ସଂଘର ବହୁ ଦିନର କେ ଏଲ ଡି ବି ଗଠନ ଦାବୀ ସରକାର ପୁନର୍ଗଠନ କରିଥିଲେ ମଧ୍ୟ ତୃଟି ପୂର୍ଣ୍ଣ ଭାବରେ ଏହା ଗଠନ କରାଯାଇଥିବାରୁ ଏସବୁର ପ୍ରତିବାଦରେ ଗଣଧାରଣା କରାଯାଇଥିଲା। ଅନ୍ୟାନ୍ୟ ସାମାଜିକ ନିରାପତ୍ତା ମୂଳକ ଆର୍ଥିକ ସହାୟତା ପ୍ରଦାନ ଏବଂ କେନ୍ଦୁପତ୍ର ତୋଳାଳୀ ମାନଙ୍କୁ ନିର୍ବାଚନ ଇସ୍ତାହାର ଅନୁଯାୟୀ ଶୀଘ୍ର ଦରବୃଦ୍ଧି ଘୋଷଣା କରିବାକୁ ଦାବୀ କରାଯାଇଥିଲା ।

ଆଜିର ଏହି ଧାରଣା ଓ ଘେରାଉ କାର୍ଯ୍ୟକ୍ରମରେ ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ସଭାପତି ବିଜୟ କୁମାର ମହାନ୍ତି ଦାବୀ ଗୁଡ଼ିକ ଶୀଘ୍ର ପୂରଣ କରିବା ପାଇଁ ସରକାର ଅବହେଳା କଲେ ତୋଳାଳୀ ଏବଂ ଶ୍ରମିକ ମାନଙ୍କର ଅସନ୍ତୋଷ ଅଭିବୃଦ୍ଧି ହେବ ବୋଲି ସେ ସତର୍କ କରାଇଥିଲେ । ଏହାପରେ ଡି ଏଫ୍ ଓ ଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୧୦ ଦଫା ସମ୍ବଳିତ ଦାବୀ ପତ୍ର ପ୍ରଦାନ କରାଯାଇଥିଲା ।

କନ୍ୟା ବିବାହ ସହାୟତା ଦେବାରେ ଯଦି ଅବହେଳା କରାଯାଏ ତାହେଲେ ସାରା ରାଜ୍ୟରେ ଡି ଏଫ୍ ଓ କାର୍ଯ୍ୟାଳୟରେ ଘେରାଉ କରାଯିବ ବୋଲି ସଂଘର ରାଜ୍ୟ ଉପ ସଭାପତି ଗୋକୁଳ ମେହେର, ରାଜ୍ୟର ସାଂଗଠାନିକ ସମ୍ପାଦକ ସଂଜିତ ମହାନ୍ତି, ରାଜ୍ୟ ସମ୍ପାଦକ ମହମ୍ମଦ ମୂର୍ତ୍ତୁଜା ପ୍ରମୁଖ ଗଣଧାରଣାରେ କହିଥିଲେ ।