Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ପଟ୍ଟଚିତ୍ର ଗାଁ ରଘୁରାଜପୁର ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି
FMNEWS.IN
18-01-2025
ଭୁବନେଶ୍ୱର, 18 ଜାନୁଆରି:- ସିଙ୍ଗାପୁର ଜନରାଜ୍ୟର ମହାମହିମ ରାଷ୍ଟ୍ରପତି ଶ୍ରୀ ଥରମନ୍ ଶନ୍ମୁଗରତ୍ନମ୍ ଏବଂ ତାଙ୍କ ଧର୍ମପତ୍ନୀ ଆଜି ପୁରୀ ଜିଲ୍ଲାର ଐତିହ୍ୟ ଗ୍ରାମ ରଘୁରାଜପୁର ଗସ୍ତରେ ଯାଇ ଓଡ଼ିଶା ପ୍ରସିଦ୍ଧ ପଟ୍ଟଚିତ୍ର ଏବଂ ବିଭିନ୍ନ ଲୋକକଳା ଆଦିକୁ ବୁଲି ଦେଖିଛନ୍ତି।
ଲୋକନୃତ୍ୟ ଗୋଟିପୁଅ ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇ ମହାମହିମ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଇଥିଲା। ଏହି ଅବସରରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ବିଦେଶ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀ ଏବଂ ପୁରୀ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।