Breaking News
- ସମ୍ବଲପୁର ବିକାଶ, ସନ୍ତୁଳିତ ବିକାଶ ଏବଂ ସୁଶାସନର ଏକ ଅଭିନ୍ନ ଅଙ୍ଗ - ମୁଖ୍ୟମନ୍ତ୍ରୀ
- ପୁରୀରେ ଭକ୍ତଙ୍କୁ ଶୋଷଣ କରୁଛି ଶ୍ରୀମନ୍ଦିର ପ୍ରଶାସନ : ଉମାବଲ୍ଲଭ ରଥ
- ଟାଟା ଷ୍ଟିଲ୍ କପିଳାସ ହାଫ୍ ମାରାଥନ୍-୨୦୨୬: ବନ୍ୟଜନ୍ତୁ ସୁରକ୍ଷା ପାଇଁ ଦୌଡ଼ିଲେ ୫,୫୦୦ରୁ ଅଧିକ ପ୍ରତିଯୋଗୀ
- ସମ୍ବଲପୁରରେ ପ୍ରାୟ ୯୪୮ କୋଟି ଟଙ୍କା ମୂଲ୍ୟର ୨୫ଟି ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦ୍ଘାଟନ ଓ ଭିତିପ୍ରସ୍ତର ସ୍ଥାପନ କ...
- ଅନୁଗୁଳ ଜିଲ୍ଲା କଂଗ୍ରେସ : ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ଉଚ୍ଛେଦ କଲେ ପରିଣାମ ଭୟାବହ ହେବ
ପଟ୍ଟଚିତ୍ର ଗାଁ ରଘୁରାଜପୁର ବୁଲିଲେ ସିଙ୍ଗାପୁର ରାଷ୍ଟ୍ରପତି
FMNEWS.IN
18-01-2025
ଭୁବନେଶ୍ୱର, 18 ଜାନୁଆରି:- ସିଙ୍ଗାପୁର ଜନରାଜ୍ୟର ମହାମହିମ ରାଷ୍ଟ୍ରପତି ଶ୍ରୀ ଥରମନ୍ ଶନ୍ମୁଗରତ୍ନମ୍ ଏବଂ ତାଙ୍କ ଧର୍ମପତ୍ନୀ ଆଜି ପୁରୀ ଜିଲ୍ଲାର ଐତିହ୍ୟ ଗ୍ରାମ ରଘୁରାଜପୁର ଗସ୍ତରେ ଯାଇ ଓଡ଼ିଶା ପ୍ରସିଦ୍ଧ ପଟ୍ଟଚିତ୍ର ଏବଂ ବିଭିନ୍ନ ଲୋକକଳା ଆଦିକୁ ବୁଲି ଦେଖିଛନ୍ତି।
ଲୋକନୃତ୍ୟ ଗୋଟିପୁଅ ଏବଂ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇ ମହାମହିମ ରାଷ୍ଟ୍ରପତିଙ୍କୁ ସ୍ୱାଗତ କରାଯାଇଥିଲା। ଏହି ଅବସରରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, କେନ୍ଦ୍ର ବିଦେଶ ମନ୍ତ୍ରାଳୟର ବରିଷ୍ଠ ଅଧିକାରୀ ଏବଂ ପୁରୀ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।