- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ବସ୍ - ଟ୍ରକ୍ ଧକ୍କା : ବାପଝିଅ ମୃତ
ମାଲକାନଗିରି,୧୮ଜାନୁଆରୀ- ମାଲକାନଗିରି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୩୦ ରୋଗୀଙ୍କୁ ନେଇ ବିଶାଖାପାଟଣା ସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲକୁ ଚିକିତ୍ସା ପାଇଁ ଯାଉଥିବା ବସ୍ ଟି ଆଜି ଭୋର ୫ଟା ବେଳେ ଏକ ଟ୍ରକ୍ ସହିତ ଧକ୍କା ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାଟି ବିଶାଖାପାଟଣା ନିକଟରେ ହୋଇଥିବା ବେଳେ ମାଲକାନଗିରି ଜିଲ୍ଲା ପଡ଼ିଆ ଥାନାସ୍ଥ ଏମଭି ୫୮ ଗ୍ରାମର ସୁବ୍ରତ ରାୟ ଏବଂ ତାଙ୍କ ସାନ ଝିଅଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି । ଏହା ସହିତ ୨୦ ରୁ ଉର୍ଦ୍ଧ୍ୱ ବ୍ୟକ୍ତି ଆହତ ହୋଇଥିବାର ଜଣାପଡିଛି । ମୃତ ସୁବ୍ରତ ରାୟ ବିଜେପି ଦଳର ଏମଭି ୫୮ ଗ୍ରାମର ବୁଥ୍ ର ସଭାପତି ଥିଲେ ଏବଂ ପଡ଼ିଆ ମଣ୍ଡଳର ଭାଜପା ଯୁବ ନେତା ଥିଲେ ।
ସୂଚନା ମୁତାବକ, ବସ୍ ଟି ଶୁକ୍ରବାର ରାତିରେ ମାଲକାନଗିରି ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ପ୍ରାୟ ୩୦ ରୋଗୀଙ୍କୁ ବିଶାଖାପାଟଣା ସ୍ଥିତ ଅନିଲ ନିରୁକୋଣ୍ଡା ହସ୍ପିଟାଲରେ ଚିକିତ୍ସା ପାଇଁ ନେଇ ଯାଉଥିଲା । ରାସ୍ତାରେ ଯାଉଥିବା ବେଳେ ସାମ୍ନାରେ ଏକ ଟ୍ରକ୍ ଖରାପ ହୋଇ ଛିଡା ହୋଇଥିଲା। କୁହୁଡି ଯୋଗୁଁ ବସ୍ ଚାଳକ ଟ୍ରକ୍ କୁ ଦେଖି ପାରି ନଥିଲେ । ଫଳରେ ବସ୍ ଟି ଉକ୍ତ ଟ୍ରକ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣା ଘଟିବା ଫଳରେ ୨୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ସୁବ୍ରତ ରାୟ ନାମକ ବ୍ୟକ୍ତି ଏବଂ ତାଙ୍କ ସାନ ଝିଅ ପ୍ରାଣ ହରାଇଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।