Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ମଧ୍ୟପ୍ରଦେଶର ବିଦିଶାରେ ଓଲଟିଲା ବରଯାତ୍ରୀଙ୍କ ପିକଅପ ଭ୍ୟାନ, 4 ମୃତ
FMNEWS.IN
02-05-2025
ବିଦିଶା, 2 ମେ : - ମଧ୍ୟପ୍ରଦେଶର ବିଦିଶା ଜିଲ୍ଲାରେ ସିରୋଂଜ ତହସିଲ ଅଂଚଳରେ ମଦାଗନ ଘାଟିରେ ଗୁରୁବାର ବିଳମ୍ବିତ ରାତିରେ ବରଯାତ୍ରୀଙ୍କ ପିକଅପ ଭ୍ୟାନ ଭାରସାମ୍ୟ ହରାଇ ଓଲଟିପଡିଛି । ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ 4ଜଣ ବରଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ବେଳେ 12ଜଣ ଆହତ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ଆହତଙ୍କ ମଧ୍ୟରୁ 5ଜଣଙ୍କ ଅବସ୍ଥା ଗୁରୁତର ରହିଛି । ପୋଲିସ ମାମଲାର ଛାନଭିନ କରୁଛି । ମୁଖ୍ୟମନ୍ତ୍ରୀ ମୋହନ ଯାଦବ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିବା ସହ ପୀଡିତଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କରିଛନ୍ତି ।