- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ପରଲୋକରେ ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନ
ନୂଆଦିଲ୍ଲୀ: ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ ହୋଇଯାଇଛି। ପରିବାର ଲୋକେ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଭାରତୀୟ ସମୟ ଅନୁସାରେ ସୋମବାର ସକାଳୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର ସମ୍ମୁଖୀନ ହେଉଥିଲେ। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା।
ଉସ୍ତାଦ ଜାକିର ହୁସେନ ୧୯୫୧ ମସିହା ମାର୍ଚ୍ଚ ୯ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତବଲା ବାଦକ ଭାବେ ବିବେଚନା କରାଯାଏ ।
ହୁସେନଙ୍କ ବନ୍ଧୁ ତଥା ବଂଶୀବାଦକ ରାକେଶ ଚୌରାସିଆ ଗଣମାଧ୍ୟମକୁ କହିଛନ୍ତି ଯେ ଜାକିର ହୁସେନଙ୍କ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଗତ ସପ୍ତାହରେ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଗତ ସପ୍ତାହରେ ହୃଦ୍ ଜନିତ ସମସ୍ୟା ପାଇଁ ତାଙ୍କୁ ସାନ୍ ଫ୍ରାନ୍ସିସ୍କୋ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କର ପରଲୋକ ହୋଇଥିଲା ।
ଉସ୍ତାଦ ଜାକିର ହୁସେନ ୧୯୫୧ ମସିହା ମାର୍ଚ୍ଚ ୯ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ତବଲା ବାଦକ ଭାବେ ବିବେଚନା କରାଯାଏ । ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତରେ ତାଙ୍କର ଅବଦାନ ଅତୁଳନୀୟ । ନିଜର ଅସାଧାରଣ ପ୍ରତିଭା ପାଇଁ ସେ ଗତ କିଛି ବର୍ଷ ମଧ୍ୟରେ ଅନେକ ପୁରସ୍କାର ପାଇଛନ୍ତି । ତାଙ୍କୁ ଭାରତ ସରକାର ପଦ୍ମଶ୍ରୀ, ପଦ୍ମଭୂଷଣ ଏବଂ ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ କରିଥିଲେ । ୧୯୯୯ ମସିହାରେ ତାଙ୍କୁ ଆମେରିକାର ନ୍ୟାସନାଲ ଆଣ୍ଡୋମେଣ୍ଟ ଫର ଦି ଆର୍ଟସ ପକ୍ଷରୁ ନ୍ୟାସନାଲ ହେରିଟେଜ୍ ଫେଲୋସିପ୍ ପ୍ରଦାନ କରାଯାଇଥିଲା ।