Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଦେଶର 52ତମ ପ୍ରଧାନ ବିଚାରପତି ହେଲେ ବିଆର ଗୱଇ, ଶପଥ ପାଠ କରାଇଲେ ରାଷ୍ଟ୍ରପତି
FMNEWS.IN
15-05-2025
ନୂଆଦିଲ୍ଲୀ- ସୁପ୍ରିମକୋର୍ଟର 52ତମ ପ୍ରଧାନ ବିଚାରପତି ଭାବେ ଜଷ୍ଟିସ ରାମକୃଷ୍ଣ ଗୱଇ ଆଜି ସକାଳେ ଶପଥ ନେଇଛନ୍ତି । ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କୁ ପାଠ କରାଇଛନ୍ତି ।
ଜଷ୍ଟିସ ଗୱଇ ଦେଶର ପ୍ରଥମ ବୌଦ୍ଧ ସିଜେଆଇ ଓ ସ୍ୱାଧୀନତା ପରେ ଏହି ପଦରେ ପହଂଚିଥିବା ଦଳିତ ସମୁଦାୟର ଦ୍ୱିତୀୟ ସିଜେଆଇ ଅଟନ୍ତି । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ 6ମାସର ହେବ । ସେ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଉପରାଷ୍ଟ୍ରପତି ଜଗଦୀପ ଧନଖଡ, ପୂର୍ବତନ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ଅଭିବାଦନ କରିଥିଲେ ।