- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
- ନିର୍ମମ ବ୍ୟବହାର କରି କଣ ଆମେ ଧର୍ମ ପ୍ରସାର କରି ପାରିବା ? : ଭକ୍ତ
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ବିଜେପି ପ୍ରଶିକ୍ଷଣ ବର୍ଗରେ ବିଧାୟକ ଏବଂ ସାଂସଦ ମାନଙ୍କୁ ନଡ୍ଡାଙ୍କ ଗୁରୁମନ୍ତ୍ର
ଭୁବନେଶ୍ୱର, 12 ଏପ୍ରିଲ୍ - ବିଜେପି ପ୍ରଶିକ୍ଷଣ ବର୍ଗରେ ବିଧାୟକ ଏବଂ ସାଂସଦ ମାନଙ୍କୁ ନଡ୍ଡା ଗୁରୁମନ୍ତ୍ର ଦେଇଛନ୍ତି । ଗ୍ରାଉଣ୍ଡକୁ ଯାଅ । ଅଙ୍ଗନୱାଡି, ମେଡିକାଲକୁ ଯାଇ ଅଧେ ଘଣ୍ଟା ବସ । ଅଫିସରଙ୍କ ସହ ଭଲ ସମ୍ପର୍କ ରଖି କାମ ଆଦାୟ କରିବା ଶିଖ । ସରକାର ସହ ସଂଗଠନକୁ ନେଇକି ଚାଲ । ବିଜେପି ପ୍ରଶିକ୍ଷଣ ବର୍ଗରେ ବିଧାୟକ ଏବଂ ସାଂସଦ ମାନଙ୍କୁ କିଛି ଏମିତି ଟିପ୍ସ ଏବଂ ଟାସ୍କ ଦେଇଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ପ୍ରଶିକ୍ଷଣ ଶିବିରରେ 1 ଘଣ୍ଟାରୁ ଉର୍ଦ୍ଧ୍ଵ ସମୟ ଧରି ବିଜେପି ସାଂସଦ ଏବଂ ମନ୍ତ୍ରୀ ମାନଙ୍କ କ୍ଲାସ ନେଇଥିଲେ ନଡ୍ଡା । ସରକାର, ସଂଗଠନ ଏବଂ ସୁସମ୍ପର୍କ ଉପରେ ଗୁରୁତ୍ୱ ଦେଇ 14 ଟି ବିନ୍ଦୁ ଉପରେ ଆଲୋକପାତ କରିଥିଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ । ଲୋକଙ୍କ ସହ ସୁସମ୍ପର୍କ ସ୍ଥାପନ କର । ରାଜ୍ୟ ଏବଂ କେନ୍ଦ୍ର ସରକାରଙ୍କ ଯୋଜନାକୁ ଜାଣ । ତାହା କେତେ ଦୂର କାର୍ଯ୍ୟକାରୀ ହେଉଛି ଗ୍ରାଉଣ୍ଡକୁ ଯାଇ ଦେଖ । ଏମିତିକି ଅଙ୍ଗନବାଡି ଏବଂ ମେଡିକାଲରେ ଯାଇ ସମୟ ବିତାଅ । ସରକାର ସହ ସଂଗଠନକୁ ନେଇକି ଚାଲ । ସଂଗଠନ କେମିତି ବୃଦ୍ଧି ହେବ ସେ ଦିଗରେ ଦୃଷ୍ଟି ଦିଅ ବୋଲି କହିଛନ୍ତି ନଡ୍ଡା ।