Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଓଡ଼ିଶାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
FMNEWS.IN
08-01-2025
ଭୁବନେଶ୍ୱର, 08 ଜାନୁଆରୀ - ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସଂଧ୍ୟାରେ ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ଆଜି ଓଡ଼ିଶାରେ ପହଞ୍ଚିଛନ୍ତି । ରାଜ୍ୟପାଳ, ମୁଖ୍ୟମନ୍ତ୍ରୀ ଓ ଅନ୍ୟ ମାନେ ତାଙ୍କୁ ବିମାନ ବନ୍ଦରରେ ସ୍ୱାଗତ କରିଛନ୍ତି ।
ବିଶାଖାପାଟଣାରେ ଏନଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଭୁବନେଶ୍ବର ଆସି ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ ରାତ୍ରି ଯାପନ କରିବେ। ଆସନ୍ତାକାଲି ସକାଳେ ଜନତା ମୈଦାନରେ ପ୍ରବାସୀ ଭାରତୀୟ ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ। ସକାଳ ୧୦ଟାରୁ ସାଢେ ୧୧ଟା ଯାଏ ମୋଦି ଜନତା ମୈଦାନରେ ରହିବା କାର୍ଯ୍ୟକ୍ରମ ରହିଛି। ପରେ ସେ ଦିଲ୍ଲୀ ଫେରିଯିବେ।