Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଓଡ଼ିଶା ପ୍ରଦର୍ଶନୀ କକ୍ଷ ବୁଲି ଦେଖିଲେ ପିଏମ ମୋଦି
FMNEWS.IN
10-01-2025
ଭୁବନେଶ୍ୱର, 10 ଜାନୁଆରି:- ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ହେଉଛି ୧୮ତମ ପ୍ରବାସୀ ଭାରତୀୟ ଦିବସ। ଗତକାଲି (୯ ଜାନୁୟାରୀ,୨୦୨୫) ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଜନତା ମଇଦାନ ଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେଇ ଉପସ୍ଥିତ ସମସ୍ତ ପ୍ରବାସୀ ଭାରତୀୟ ଅତିଥି ଏବଂ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ପ୍ରଦର୍ଶନୀ କକ୍ଷ ବୁଲି ଦେଖିଥିଲେ।ପ୍ରଦର୍ଶନୀ କକ୍ଷରେ ପ୍ରାଚୀନ ଓଡ଼ିଶା ଇତିହାସ ଠାରୁ ଆରମ୍ଭ କରି ଆଧୁନିକ ଓଡ଼ିଶା ଇତିହାସ, ପାଇକ ବିଦ୍ରୋହ ଠାରୁ ନେଇ ଓଡ଼ିଶାକୁ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ମିଳିବାର ଗୌରବମୟ ଯାତ୍ରାକୁ ଖୁବ ସୁନ୍ଦର ଭାବେ ପ୍ରଦର୍ଶିତ କରାଯାଇଛି। ଓଡ଼ିଶାର କଳା,ଭାସ୍କର୍ଯ୍ୟ,ସାହିତ୍ୟ ଓ ସଂସ୍କୃତିର ଝଲକ ପ୍ରଦର୍ଶନୀ କକ୍ଷରେ ଦେଖିବାକୁ ମିଳୁଛି।