Breaking News
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
- ନିର୍ମମ ବ୍ୟବହାର କରି କଣ ଆମେ ଧର୍ମ ପ୍ରସାର କରି ପାରିବା ? : ଭକ୍ତ
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ଓଡ଼ିଶା ପ୍ରଦର୍ଶନୀ କକ୍ଷ ବୁଲି ଦେଖିଲେ ପିଏମ ମୋଦି
FMNEWS.IN
10-01-2025
ଭୁବନେଶ୍ୱର, 10 ଜାନୁଆରି:- ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ହେଉଛି ୧୮ତମ ପ୍ରବାସୀ ଭାରତୀୟ ଦିବସ। ଗତକାଲି (୯ ଜାନୁୟାରୀ,୨୦୨୫) ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ୱର ଜନତା ମଇଦାନ ଠାରେ ଅନୁଷ୍ଠିତ ହେଉଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେଇ ଉପସ୍ଥିତ ସମସ୍ତ ପ୍ରବାସୀ ଭାରତୀୟ ଅତିଥି ଏବଂ ଜନସାଧାରଣଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓଡ଼ିଶା ପ୍ରଦର୍ଶନୀ କକ୍ଷ ବୁଲି ଦେଖିଥିଲେ।ପ୍ରଦର୍ଶନୀ କକ୍ଷରେ ପ୍ରାଚୀନ ଓଡ଼ିଶା ଇତିହାସ ଠାରୁ ଆରମ୍ଭ କରି ଆଧୁନିକ ଓଡ଼ିଶା ଇତିହାସ, ପାଇକ ବିଦ୍ରୋହ ଠାରୁ ନେଇ ଓଡ଼ିଶାକୁ ସ୍ୱତନ୍ତ୍ର ପ୍ରଦେଶର ମାନ୍ୟତା ମିଳିବାର ଗୌରବମୟ ଯାତ୍ରାକୁ ଖୁବ ସୁନ୍ଦର ଭାବେ ପ୍ରଦର୍ଶିତ କରାଯାଇଛି। ଓଡ଼ିଶାର କଳା,ଭାସ୍କର୍ଯ୍ୟ,ସାହିତ୍ୟ ଓ ସଂସ୍କୃତିର ଝଲକ ପ୍ରଦର୍ଶନୀ କକ୍ଷରେ ଦେଖିବାକୁ ମିଳୁଛି।