Breaking News
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
- ନିର୍ମମ ବ୍ୟବହାର କରି କଣ ଆମେ ଧର୍ମ ପ୍ରସାର କରି ପାରିବା ? : ଭକ୍ତ
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ରାଷ୍ଟ୍ରପତି ଆଜି ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ମେଘାଳୟ ଓ ଓଡ଼ିଶା ଗସ୍ତ କରିବେ
FMNEWS.IN
09-01-2025
ନୂଆଦିଲ୍ଲୀ, 9 ଜାନୁଆରି -ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତା ଜାନୁଆରୀ ୯ରୁ ୧୦ ତାରିଖ ପର୍ଯ୍ୟନ୍ତ ମେଘାଳୟ ଓ ଓଡ଼ିଶା ଗସ୍ତ କରିବେ ।
ଜାନୁଆରୀ ୯ ରେ ରାଷ୍ଟ୍ରପତି ମେଘାଳୟର ଉମିୟାମଠାରେ ଉତ୍ତର-ପୂର୍ବ ପାର୍ବତ୍ୟ ଅଞ୍ଚଳ ପାଇଁ ଆଇସିଏଆର ଗବେଷଣା କମ୍ପ୍ଲେକ୍ସର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବେ ।
ଜାନୁଆରୀ ୧୦ ତାରିଖରେ ରାଷ୍ଟ୍ରପତି ଓଡ଼ିଶାର ଭୁବନେଶ୍ୱରଠାରେ ଅନୁଷ୍ଠିତ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଯାପନୀ ଅଧିବେଶନରେ ଯୋଗଦେଇ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରଦାନ କରିବେ।