Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ରାଷ୍ଟ୍ରପତି ଆଜି ଠାରୁ ୧୦ ତାରିଖ ପର୍ଯ୍ୟନ୍ତ ମେଘାଳୟ ଓ ଓଡ଼ିଶା ଗସ୍ତ କରିବେ
FMNEWS.IN
09-01-2025
ନୂଆଦିଲ୍ଲୀ, 9 ଜାନୁଆରି -ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆସନ୍ତା ଜାନୁଆରୀ ୯ରୁ ୧୦ ତାରିଖ ପର୍ଯ୍ୟନ୍ତ ମେଘାଳୟ ଓ ଓଡ଼ିଶା ଗସ୍ତ କରିବେ ।
ଜାନୁଆରୀ ୯ ରେ ରାଷ୍ଟ୍ରପତି ମେଘାଳୟର ଉମିୟାମଠାରେ ଉତ୍ତର-ପୂର୍ବ ପାର୍ବତ୍ୟ ଅଞ୍ଚଳ ପାଇଁ ଆଇସିଏଆର ଗବେଷଣା କମ୍ପ୍ଲେକ୍ସର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ଯୋଗ ଦେବେ ।
ଜାନୁଆରୀ ୧୦ ତାରିଖରେ ରାଷ୍ଟ୍ରପତି ଓଡ଼ିଶାର ଭୁବନେଶ୍ୱରଠାରେ ଅନୁଷ୍ଠିତ ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀର ଉଦଯାପନୀ ଅଧିବେଶନରେ ଯୋଗଦେଇ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରଦାନ କରିବେ।