Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
9ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି
FMNEWS.IN
05-01-2025
ଭୁବନେଶ୍ୱର, 5 ଜାନୁଆରି: - 9ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ପାଇଁ ଜାନୁଆରୀ ୯ ତାରିଖ ଅପରାହ୍ଣ ୩.୦୦ ଟା ସମୟରେ ଗୌହାଟୀ ବିମାନ ବନ୍ଦରରୁ ବାୟୁସେନା ବିମାନ ଯୋଗେ ଅପରାହ୍ଣ ୪ଟା ୩୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚି ସେଦିନ ରାଜଭବନରେ ରହଣି କରିବେ ।
ରାଷ୍ଟ୍ରପତି ୧୦ ତାରିଖରେ ପ୍ରବାସୀ ଭାରତୀୟ ଦିବସରେ ଯୋଗଦାନ ଅବସରରେ ପୂର୍ବାହ୍ଣ ୧୧ .୪୦ ରେ ଜନତା ମଇଦାନରେ ପହଁଚିବେ । ସେଦିନ ସେଠାରେ ଏହି ଦିବସ ଉପଲକ୍ଷେ ଆୟୋଜିତ ଅନ୍ୟ କାର୍ଯ୍ୟକ୍ରମ ସହିତ ତ୍ରିନିଦାନ ଓ ଟୋବାଗୋର ରାଷ୍ଟ୍ରପତିଙ୍କ ସହିତ ସାକ୍ଷାତ ଆଲୋଚନା କରିବେ । ମାନ୍ୟବର ରାଷ୍ଟ୍ରପତି ମହୋଦୟା ସେଦିନ ଅପରାହ୍ଣ ୩.୦୦ ମି ସମୟରେ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀରେ ଯୋଗଦେଇ ପ୍ରବାସୀ ଭାରତୀୟ ସମ୍ମାନ ପୁରସ୍କାର ପ୍ରଦାନ ସମ୍ମିଳନୀରେ ଯୋଗଦାନ କରିବେ ଏବଂ କାର୍ଯ୍ୟକ୍ରମ ପରେ ଅପରାହ୍ଣ ୫.୨୫ ମିନିଟ୍ ସମୟରେ ଭୁବନେଶ୍ୱର ବିମାନ ବନ୍ଦରରୁ ପ୍ରତ୍ୟାବର୍ତ୍ତନ କରିବେ ।