Breaking News
- କରାଚୀ ସପିଂ ପ୍ଲାଜାରେ ନିଆଁ ଲାଗି ମୃତ୍ୟୁବରଣ କରିଥିବା ଲୋକଙ୍କ ସହଖ୍ୟା 8ରେ ପହଂଚିଲା, 58ରୁ ଅଧିକ ନିଖୋଜ
- ଶିଳ୍ପପତିମାନେ ଝାରସୁଗୁଡା ସ୍ୱାର୍ଥକୁ ଅଣଦେଖା କରିଛନ୍ତି : ଭକ୍ତ
- ଯଦି କଂଗ୍ରେସ ପାଇଁ କାର୍ଯ୍ୟ କରିବା ନାହିଁ ତେବେ ତାହା ନିଜ ପ୍ରତି ବିଶ୍ୱାସଘାତକତା ହେବ- ଭକ୍ତ
- ନିର୍ମମ ବ୍ୟବହାର କରି କଣ ଆମେ ଧର୍ମ ପ୍ରସାର କରି ପାରିବା ? : ଭକ୍ତ
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ରାହୁଲ ଆସୁଛନ୍ତି ୧୧ ତାରିଖରେ
FMNEWS.IN
02-07-2025
ଭୁବନେଶ୍ୱର :-ଚଳିତ ମାସ ଜୁଲାଇ ୧୧ ତାରିଖ ଲୋକସଭା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଓଡ଼ିଶା ଆସିବେ। ସାଂସଦ ରାହୁଲ ଗାନ୍ଧୀଙ୍କ ସହ ଏଆଇସିସି ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେ ଓ ଏଆଇସିସି ସାଧାରଣ ସମ୍ପାଦକ(ସଂଗଠନ) କେ ସି ବେଣୁଗୋପାଳ ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ପଡ଼ିଆରେ ସମ୍ବିଧାନ ବଞ୍ଚାଓ ସମାବେଶରେ ଯୋଗ ଦେବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ପ୍ରଦାନ କରିଛନ୍ତି।
ଏ ନେଇ କଂଗ୍ରେସ ଭବନରେ ପରିବର୍ଦ୍ଧିତ ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପିସିସି ସଭାପତିଙ୍କ ସହ ଦଳର ବହୁ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିବା ସହ ରାହୁଲ ଗାନ୍ଧୀଙ୍କ ସମାବେଶ କିପରି ସଫଳ ହୋଇପାରିବ ସେଥିପାଇଁ ସୁଚିନ୍ତିତ ମତାମତ ଦେଇଥିଲେ।