Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ରାହୁଲ ଆସୁଛନ୍ତି ୧୧ ତାରିଖରେ
FMNEWS.IN
02-07-2025
ଭୁବନେଶ୍ୱର :-ଚଳିତ ମାସ ଜୁଲାଇ ୧୧ ତାରିଖ ଲୋକସଭା ବିରୋଧୀଦଳ ନେତା ରାହୁଲ ଗାନ୍ଧୀ ଓଡ଼ିଶା ଆସିବେ। ସାଂସଦ ରାହୁଲ ଗାନ୍ଧୀଙ୍କ ସହ ଏଆଇସିସି ଅଧ୍ୟକ୍ଷ ମଲିକାର୍ଜୁନ ଖଡ଼ଗେ ଓ ଏଆଇସିସି ସାଧାରଣ ସମ୍ପାଦକ(ସଂଗଠନ) କେ ସି ବେଣୁଗୋପାଳ ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ପଡ଼ିଆରେ ସମ୍ବିଧାନ ବଞ୍ଚାଓ ସମାବେଶରେ ଯୋଗ ଦେବେ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ପ୍ରଦାନ କରିଛନ୍ତି।
ଏ ନେଇ କଂଗ୍ରେସ ଭବନରେ ପରିବର୍ଦ୍ଧିତ ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ପିସିସି ସଭାପତିଙ୍କ ସହ ଦଳର ବହୁ ବରିଷ୍ଠ ନେତୃବୃନ୍ଦ ଉପସ୍ଥିତ ରହି ଆଲୋଚନାରେ ଅଂଶ ଗ୍ରହଣ କରିବା ସହ ରାହୁଲ ଗାନ୍ଧୀଙ୍କ ସମାବେଶ କିପରି ସଫଳ ହୋଇପାରିବ ସେଥିପାଇଁ ସୁଚିନ୍ତିତ ମତାମତ ଦେଇଥିଲେ।