- ଟ୍ରମ୍ପଙ୍କ ୨୫ ପ୍ରତିଶତ ଟାରିଫ୍ ଭାରତର ଜିଡିପି ଉପରେ ନକାରାତ୍ମକ ପ୍ରଭାବ ପକାଇବ: ବିଶେଷଜ୍ଞ
- ଟ୍ରମ୍ପଙ୍କ ଭାରତ ଉପରେ ୨୫% ଟାରିଫ ଲାଗୁକୁ ନେଇ କଂଗ୍ରେସର ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଟାର୍ଗେଟ
- ବଳଙ୍ଗା ନାବାଳିକାଙ୍କୁ ପୋଡି ମାରିବା ଉଦ୍ୟମ ଘଟଣା : ରୂପା ମୁଦିକୁ ନେଇ ଖୋଳତାଡ଼, ମୁଦିକୁ ଚିହ୍ନିଲେ ଗହଣା ଦୋକାନୀ
- ମେଟ୍ରୋ ପ୍ରକଳ୍ପରେ ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ ନାହିଁ: ବିଜେଡି
- ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ସେବାୟତ ଜଣାଇଲେ ମନ୍ଦିର ସମସ୍ୟା ଏବଂ ସେବାୟତଙ୍କ ଦୁଃଖ
ଓଡ଼ିଶାରେ ଦୀର୍ଘକାଳୀନ ଭିସାରେ ଅଛନ୍ତି ୧୨ ପାକିସ୍ତାନୀ

ଭୁବନେଶ୍ୱର - ଓଡ଼ିଶାରେ ଦୀର୍ଘକାଳୀନ ଭିସାରେ ୧୨ଜଣ ପାକିସ୍ତାନୀ ଅଛନ୍ତି । ସେମାନଙ୍କୁ ଭାରତ ଛାଡ଼ିବାକୁ ନୋଟିସ ଦେବା ପ୍ରକ୍ରିୟା ଆରମ୍ଭ ହୋଇଛି। ଗୃହ ମନ୍ତ୍ରାଳୟର ନିର୍ଦ୍ଦେଶ ପରେ ଏହି ପ୍ରକ୍ରିୟା ଆରମ୍ଭ କରାଯାଇଛି।
ସୂଚନାଯୋଗ୍ୟ ଯେ ପହଲଗାମ୍ ଆତଙ୍କବାଦୀ ଆକ୍ରମଣ ନେଇ ଭାରତ ଓ ପାକିସ୍ତାନ ମଧ୍ୟରେ କୂଟନୈତିକ ବିବାଦ ତୀବ୍ର ହେଉଛି। ପାକିସ୍ତାନକୁ ଏଥର ଉଚିତ୍ ଜବାବ୍ ଦେବାକୁ ସିନ୍ଧୁ ଜଳଚୁକ୍ତି ରବ୍ଦ, ଭିସା ବାତିଲ, ସୀମା ବନ୍ଦ ଭଳି କଠୋର କାର୍ଯ୍ୟାନୁଷ୍ଠାନ ସହିତ ଆତଙ୍କବାଦୀଙ୍କୁ ମାଟିରେ ମିଶାଇବାକୁ ଜାରି ରହିଛି ଜୋରଦାର୍ ଅପରେସନ ।ଏହି କ୍ରମରେ ଆଜି ଦେଶର ସବୁ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ପାକିସ୍ତାନ ନାଗରିକଙ୍କୁ ଚିହ୍ନଟ କରି ବିତାଡ଼ିତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପାକ୍ ନାଗରିକଙ୍କ ଭିସା ରଦ୍ଦ କରି ତୁରନ୍ତ ସେମାନଙ୍କୁ ନିଜ ନିଜ ରାଜ୍ୟରୁ ବାହାର କର ବୋଲି ନିର୍ଦ୍ଦେଶ ଦିଆଯାଇଛି । ଭିସା ବାତିଲ ସହ ସାର୍କ ଭିସାରେ ଥିବା ପାକିସ୍ତାନ ନାଗରିକଙ୍କୁ ୪୮ ଘଂଟାରେ ଭାରତ ଛାଡ଼ିବାକୁ ମହଲତ୍ ଦିଆଯାଇଥିଲା। ମେଡିକାଲ ଭିସାରେ ଥିବା ନାଗରିକଙ୍କୁ ଏପ୍ରିଲ ୨୯ ସୁଦ୍ଧା ଭାରତ ଛାଡିବାକୁ କୁହାଯାଇଥିଲା ।