- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଖୋଲିଲା ଆଉ ୪ ସ୍ଲୁଇସ୍ ଗେଟ୍ : ହିରାକୁଦ ଜଳଭଣ୍ଡାରରୁ ୮ ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି
ସମ୍ବଲପୁର, ୨୩ ଅଗଷ୍ଟ - ଶନିବାର ଅପରାହ୍ନରେ ହିରାକୁଦ ଜଳଭଣ୍ଡାରର ଆଉ ୪ ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଫଳରେ ମୋଟ୍ ୮ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାଶ୍ୱର୍ ଡାଇକ୍ ର ୫ଟି ଓ ଡାହାଣ ପାଶ୍ୱର୍ ଡାଇକ୍ ର ୩ଟି ସ୍ଲୁଇସ୍ ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ଜଳ ଧାରଣ କ୍ଷମତା ୬୩୦ ଫୁଟ୍ ରହିଥିବା ବେଳେ ସନ୍ଧ୍ୟା ୬ଟା ସୁଦ୍ଧା ଜଳଭଣ୍ଡାରର ଜଳପତନ ୬୨୧.୨୧ ଫୁଟ୍ ରହିଛି । ଜଳଭଣ୍ଡାର ମଧ୍ୟକୁ ପ୍ରତି ସେକେଣ୍ଡରେ ୨ ଲକ୍ଷ ୧୩ ହଜାର ୧୩୫ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୮ଟି ସ୍ଲୁଇସ୍ ଗେଟ୍, ସ୍ପିଲୱେ ଓ ପାୱାର ଚେନେଲ ଦେଇ ପ୍ରତି ସେକେଣ୍ଡରେ ୧ ଲକ୍ଷ ୬୧ ହଜାର ୬୯୪ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି ।
ଏଠାରେ ଉଲ୍ଲେଖଯୋଗ୍ୟ, ଆଜି ପୂର୍ବାହ୍ନରେ ହିରାକୁଦ ଜଳଭଣ୍ଡାରର ୪ ସ୍ଲୁଇସ୍ ଗେଟ୍ ଖୋଲାଯାଇଥିଲା । ପରେ ସ୍ଥିତିକୁ ଦେଖି ଅପରାହ୍ନରେ ଆଉ ୪ଟି ସ୍ଲୁଇସ୍ ଗେଟ୍ ଖୋଲାଯାଇଛି । ଜଳଭଣ୍ଡାରର ଜଳ ପତନ ଉପରେ ବିଭାଗୀୟ ସର୍ବୋଚ୍ଚ ଯନ୍ତ୍ରୀ ଓ ବିଶେଷଜ୍ଞ ମାନେ ତୀକ୍ଷ୍ନ ଦୃଷ୍ଟି ରଖିଛନ୍ତି । ଅନ୍ୟପକ୍ଷରେ ଗତ ୨୪ ଘଂଟା ମଧ୍ୟରେ ଜଳଭଣ୍ଡାରର ଉପର ମୁଣ୍ଡରେ ୨୧.୬୩ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ବେଳେ ତଳ ମୁଣ୍ଡରେ ୨୭.୬୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।