- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
୨୨ରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା, ୨୪ ତାରିଖ ବେଳକୁ ଅବପାତ
ଭୁବନେଶ୍ଵର, ୨୧ ନଭେମ୍ବର - ମାଲକ୍କା ସମୁଦ୍ର ମଧ୍ୟ ଅଂଶରେ ଏକ ଉପର ବାୟୁ ଘୂର୍ଣ୍ଣିବଳୟ ପ୍ରଭାବରେ, ଯାହାକି ସମୁଦ୍ର ପତନଠାରୁ ୫.୮ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ । ଏହାର ପ୍ରଭାବରେ ୨୨ ତାରିଖ ବେଳକୁ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
ପରବର୍ତୀ ସମୟରେ ଏହା ପଶ୍ଚିମ-ଉତରପଶ୍ଚିମ ଦିଗରେ ଗତି କରିପାରେ ଏବଂ ଆସନ୍ତା ୨୪ ତାରିଖ ବେଳକୁ ଆହୁରି ଘନୀଭୂତ ହୋଇ ଦକ୍ଷିଣ ବଙ୍ଗୋପସାଗର ମଧ୍ୟ ଭାଗରେ ଅବପାତରେ ପରିଣତ ହୋଇପାରେ । ପରବର୍ତୀ ୪୮ ଘଂଟାରେ ଏହା ପଶ୍ଚିମ-ଉତରପଶ୍ଚିମ ଦିଗକୁ ଅଗ୍ରସର ହୋଇ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ତେବେ ସମ୍ଭାବ୍ୟ ଅବପାତର ପ୍ରଭାବ କେତେଦୂର ଓଡ଼ିଶା ଉପରେ ପଡିବ, ଏହା କେଉଁଆଡକୁ ମୁହାଁଇବ, ଓଡ଼ିଶାର କେଉଁ ଜିଲ୍ଲାରେ ବର୍ଷା ହେବ ସେନେଇ ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅଦ୍ୟାବଧି କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ ।