- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ବଜେଟରେ କୃଷିକୁ ଗୁରୁତ୍ୱ, କୃଷିକ୍ଷେତ୍ର ପାଇଁ 37,800 କୋଟି
ଭୁବନେଶ୍ୱର,17 ଫେବୃୟାରୀ - ୨୦୨୫-୨୬ ଆର୍ଥିକ ବର୍ଷ ଲାଗି ରାଜ୍ୟ ବଜେଟ ସୋମବାର ବିଧାନସଭାରେ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ନୂଆ ଆର୍ଥିକ ବର୍ଷରେ କୃଷି କ୍ଷେତ୍ର ଲାଗି ୩୭ ହଜାର ୮୦୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତବର୍ଷ ତୁଳନାରେ ଏହା ୧୨ ପ୍ରତିଶତ ଅଧିକ। ସିଏମ୍ କିଷାନ ଯୋଜନାରେ ବ୍ୟୟ ଅଟକଳ ୨ ହଜାର ୨୦ କୋଟି । ଫସଲ ବିବିଧତାର ପ୍ରସାର ପାଇଁ ୬୯୫ କୋଟି । ମିଲେଟ ଶ୍ରୀଅନ୍ନ ଯୋଜନା ୧୭୭ଟି ବ୍ଲକକୁ ବର୍ଦ୍ଧିତ କରାଯାଇଛି । ମିଲେଟ ପାଇଁ ଏମ୍ଏସ୍ପି ୪୨୯୦ ଟଙ୍କା ବାଦ ଅଧିକ ୨ ଶହ ଟଙ୍କା ମିଳିବ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ପାଇଁ ୨୯୩ କୋଟି ରଖାଯାଇଛି । ଓୟୁଏଟି ପାଇଁ ୫୧୧ କୋଟିର ବ୍ୟୟବରାଦ ହୋଇଛି । ଚଳିତ ବର୍ଷ ଲୋୟର ସୁକତେଲ ପ୍ରକଳ୍ପ କାର୍ଯ୍ୟ ସରିବ । ପ୍ରଧାନମନ୍ତ୍ରୀ ଫସଲ ବୀମା ଜରିଆରେ ୬୫୦ କୋଟି ବ୍ୟୟ ବରାଦ କରାଯାଇଛି ।
ସେହିପରି ମତ୍ସ୍ୟ ଏବଂ ପଶୁପାଳନ ପାଇଁ ୧୯୦୯ କୋଟି ଟଙ୍କା ବ୍ୟୟବରାଦ କରାଯାଇଥିବା ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ମତ୍ସ୍ୟ, ପଶୁପାଳନ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବା ଲକ୍ଷ୍ୟ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଦୁଗ୍ଧ ଉତ୍ପାଦନ ବୃଦ୍ଧି ନିମନ୍ତେ ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନା ଲାଗୁ । ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ଖର୍ଚ୍ଚ ହେବ ୧୪୬ କୋଟି । ଗୋମାତା ଯୋଜନା ପାଇଁ ୪୬ କୋଟି ରଖାଯାଇଛି ।