Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି
FMNEWS.IN
11-04-2025
ଭୁବନେଶ୍ୱର, 11 ଏପ୍ରିଲ୍ - ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।