Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା, ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨ ପ୍ରତିଶତ ବୃଦ୍ଧି
FMNEWS.IN
11-04-2025
ଭୁବନେଶ୍ୱର, 11 ଏପ୍ରିଲ୍ - ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଦୁଇ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୫୩ ପ୍ରତିଶତରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଲା। ଏହା ଜାନୁଆରୀ ପହିଲା ୨୦୨୫ରୁ ପିଚ୍ଛିଲା ଭାବରେ ଲାଗୁ ହେବ। ଏହି ବର୍ଦ୍ଧିତ ମହଙ୍ଗା ଭତ୍ତା ଚଳିତ ଏପ୍ରିଲ ମାସ ଦରମାରେ ନଗଦ ଆକାରରେ ମିଳିବ ।
ଏହା ସହିତ ପେନ୍ସନଭୋଗୀ ମାନଙ୍କ ଟି.ଆଇ ରେ ମଧ୍ୟ ଦୁଇ ପ୍ରତିଶତ ବୃଦ୍ଧି କରାଯାଇଛି। ସେମାନେ ମଧ୍ୟ ଅନୁରୂପ ଭାବେ ଏପ୍ରିଲ ମାସ ପେନ୍ସନରେ ଏହି ବର୍ଦ୍ଧିତ ଟି.ଆଇ ପାଇବେ। ଏହା ଦ୍ୱାରା ପ୍ରାୟ ସାଢେ ଆଠ ଲକ୍ଷ ସରକାରୀ କର୍ମଚାରୀ ଓ ପେନ୍ସନଭୋଗୀ ଉପକୃତ ହେବେ।