Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
FMNEWS.IN
28-04-2025
ଭୁବନେଶ୍ୱର, 28 ଏପ୍ରିଲ୍ - ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅଗ୍ରଗଣ୍ୟ ବ୍ୟକ୍ତିତ୍ୱ ତଥା ଆଧୁନିକ ଓଡ଼ିଶାର ନିର୍ମାତା ଉତ୍କଳ ଗୌରବ କୁଳବୃଦ୍ଧ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।
ଓଡ଼ିଆମାନଙ୍କ ଏକୀକରଣ, ଓଡ଼ିଆ ଅସ୍ମିତାର ସୁରକ୍ଷା ସହ ଶିଳ୍ପ,ଶିକ୍ଷା ଓ ଓଡ଼ିଆ ଭାଷା,ସାହିତ୍ୟକୁ ବ୍ୟାପକ କରିବା ଦିଗରେ ନିଜ ଅବଦାନ ପାଇଁ ସେ ଚିର ଆଦର୍ଶ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।