Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ମୁଖ୍ୟମନ୍ତ୍ରୀ
FMNEWS.IN
28-04-2025
ଭୁବନେଶ୍ୱର, 28 ଏପ୍ରିଲ୍ - ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅଗ୍ରଗଣ୍ୟ ବ୍ୟକ୍ତିତ୍ୱ ତଥା ଆଧୁନିକ ଓଡ଼ିଶାର ନିର୍ମାତା ଉତ୍କଳ ଗୌରବ କୁଳବୃଦ୍ଧ ମଧୁସୂଦନ ଦାସଙ୍କ ଜୟନ୍ତୀରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି।
ଓଡ଼ିଆମାନଙ୍କ ଏକୀକରଣ, ଓଡ଼ିଆ ଅସ୍ମିତାର ସୁରକ୍ଷା ସହ ଶିଳ୍ପ,ଶିକ୍ଷା ଓ ଓଡ଼ିଆ ଭାଷା,ସାହିତ୍ୟକୁ ବ୍ୟାପକ କରିବା ଦିଗରେ ନିଜ ଅବଦାନ ପାଇଁ ସେ ଚିର ଆଦର୍ଶ ହୋଇ ରହିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।