Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଜାନୁଆରୀ ୨୭ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
FMNEWS.IN
23-01-2025
ଭୁବନେଶ୍ୱର, 23 ଜାନୁଆରି- ଆଗାମୀ ଜାନୁଆରୀ ୨୭ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ l ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ ୨୭ତାରିଖରେ ୟୁନିଟ୍ -୫ ,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି ବନ୍ଦ ରହିବ ।
ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି l