Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଚାଷୀଙ୍କ ଆକାଉଣ୍ଟକୁ ଆସିଲା ସିଏମ୍ କିଷାନ ଟଙ୍କା, ୧ ହଜାର କୋଟି ଟଙ୍କାର ସହାୟତା ବାଂଟିଲେ ମୁଖ୍ୟମନ୍ତ୍ରୀ
FMNEWS.IN
30-04-2025
ଭୁବନେଶ୍ୱର, 30 ଏପ୍ରିଲ୍ - ଚାଷୀଙ୍କ ଆକାଉଣ୍ଟକୁ ଆସିଲା ସିଏମ୍ କିଷାନ ଟଙ୍କା । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି। ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ|
ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିବିଟି ଜରିଆରେ ଏହି ରାଶି ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ଏକାମ୍ର ବିଧାୟକ ବାବୁ ସିଂହ ଉପସ୍ଥିତ ଥିଲେ ।