Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଚାଷୀଙ୍କ ଆକାଉଣ୍ଟକୁ ଆସିଲା ସିଏମ୍ କିଷାନ ଟଙ୍କା, ୧ ହଜାର କୋଟି ଟଙ୍କାର ସହାୟତା ବାଂଟିଲେ ମୁଖ୍ୟମନ୍ତ୍ରୀ
FMNEWS.IN
30-04-2025
ଭୁବନେଶ୍ୱର, 30 ଏପ୍ରିଲ୍ - ଚାଷୀଙ୍କ ଆକାଉଣ୍ଟକୁ ଆସିଲା ସିଏମ୍ କିଷାନ ଟଙ୍କା । ପବିତ୍ର ଅକ୍ଷୟ ତୃତୀୟା ଅବସରରେ ରାଜ୍ୟ ସ୍ତରୀୟ କୃଷକ ଦିବସ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ କିଷାନର ସହାୟତା ରାଶି ଚାଷୀଙ୍କୁ ପ୍ରଦାନ କରିଛନ୍ତି। ୫୦ ଲକ୍ଷରୁ ଊର୍ଦ୍ଧ୍ବ ଚାଷୀଙ୍କୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ବାଣ୍ଟିଛନ୍ତି ମୁଖ୍ୟମନ୍ତ୍ରୀ|
ଭୁବନେଶ୍ୱର ଓୟୁଏଟିର ଶୈକ୍ଷିକ କୃଷି ଫାର୍ମ ଠାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଡିବିଟି ଜରିଆରେ ଏହି ରାଶି ପ୍ରଦାନ କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଓ ଏକାମ୍ର ବିଧାୟକ ବାବୁ ସିଂହ ଉପସ୍ଥିତ ଥିଲେ ।