Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
କଂଗ୍ରେସ ବିଧାୟକ ଦଳ ବୈଠକରେ ସରକାରଙ୍କୁ ଘେରିବାକୁ ରଣନୀତି ପ୍ରସ୍ତୁତି
FMNEWS.IN
13-02-2025
ଭୁବନେଶ୍ୱର:- ଆଜିଠାରୁ ଆରମ୍ଭ ହେଉଛି ବିଧାନସଭାର ବଜେଟ ଅଧିବେଶନ । ଅଧିବେଶନ ପୂର୍ବରୁ ଗତକାଲି ବସିଥିଲା କଂଗ୍ରେସ ବିଧାୟକ ଦଳ ବୈଠକ। ବିଭିନ୍ନ ପ୍ରସଙ୍ଗରେ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହୋଇଛି ରଣନୀତି । ମଣ୍ଡିରୁ ଧାନ ନ ଉଠିବା, କଟନୀ ଛଟନୀ, କଣାସରେ ହଇଜା ବ୍ୟାପିବା, ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ, ବାରବାଟୀ ଅବ୍ୟବସ୍ଥା, ବେକାରୀ, ସୀମା ବିବାଦ, ଭଳି ପ୍ରସଙ୍ଗ ଏହା ସହିତ ନିର୍ଵାଚନ ସମୟରେ ଦେଇଥିବା ପ୍ରତିଶୃତି ରଖିନଥିବା, 300ୟୁନିଟ ପର୍ଯ୍ୟନ୍ତ ବିଜୁଳି ବିଲ ଛାଡ଼ କରିବା ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିବ କଂଗ୍ରେସ ବୋଲି ସୂଚନା ଦେଇଛନ୍ତି କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ।