- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
28 ତାରିଖ ଓଡିଶା ବନ୍ଦକୁ କଂଗ୍ରେସର ସମର୍ଥନ
(FM News):-- ଆସନ୍ତା 28 ଜାନୁଆରୀ ନଵନିର୍ମାଣ କୃଷକ ସଂଗଠନ ଦ୍ୱାରା ଓଡିଶା ବନ୍ଦ ଡାକରାକୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ସମର୍ଥନ କରିବା ନେଇ ସଭାପତି ଶ୍ରୀ ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି l
ସୂଚନାଯୋଗ୍ୟ, ରାଜ୍ୟଵ୍ୟାପୀ ଧାନ କିଣାରେ ଅବ୍ୟବସ୍ଥା, ଯାନବାହନର ପ୍ରଦୂଷଣ ସାର୍ଟିଫିକେଟ ଆଳରେ ମାତ୍ରାଧିକ ତଣ୍ଡ ଆଦାୟ, ବିଜୁଳି ଟାରିଫକୁ ନେଇ ରାଜ୍ୟରେ ସରକାର, ଓଇଆରସି ଓ ଟାଟା ପାୱାରର ମନମାନି ତଥା ମହାତ୍ମା ଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଉଚ୍ଛେଦ ବିରୋଧରେ କଂଗ୍ରେସ ପକ୍ଷରୁ ସାରା ରାଜ୍ୟରେ ଆନ୍ଦୋଳନ ହୋଇ ଆସୁଅଛି l
ଏହି ପରିପ୍ରେକ୍ଷୀରେ ଜନସାଧାରଣଙ୍କ ସମସ୍ୟା ସମ୍ବଳିତ ଉପରୋକ୍ତ ସମସ୍ୟା ଗୁଡିକୁ ନେଇ ନଵନିର୍ମାଣ କୃଷକ ସଂଗଠନ ପକ୍ଷରୁ ଓଡିଶା ବନ୍ଦ ଡାକରା ଦିଆ ଯାଇଥିବାରୁ ଓଡିଶା ପ୍ରଦେଶ କଂଗ୍ରେସ କମିଟି ଏହାକୁ ସମର୍ଥନ କରିବା ପାଇଁ ନିଷ୍ପତ୍ତି ନେଇଥିବା ଶ୍ରୀ ଦାସ କହିଛନ୍ତି l
ରାଜ୍ୟର ସମସ୍ତ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଉକ୍ତ ବନ୍ଦ ପାଳନକୁ ସମର୍ଥନ ଜଣାଇବା ପାଇଁ ପିସିସି ପକ୍ଷରୁ ନିର୍ଦେଶ ଦିଆ ଯାଇଥିବା ପିସିସି ଗଣମାଧ୍ୟମ ବିଭାଗ ତରଫରୁ ପ୍ରକାଶ l