BIG NEWS
କେନ୍ଦ୍ରୀୟ ବଜେଟ୍ ଉପସ୍ଥାପିତ : ଅଣ-ଋଣ ପ୍ରାପ୍ତି ଏବଂ ମୋଟ ବ୍ୟୟ ଯଥାକ୍ରମେ 36.5 ଲକ୍ଷ କୋଟି ଟଙ୍କା ଏବଂ 53.5 ଲକ୍ଷ କୋଟି ଟଙ୍କା ଆକଳନ
ବଜେଟ୍‌ ଗରିବ ବିରୋଧି : କଂଗ୍ରେସ
କର୍ପୋରେଟ ଜଗତ ପାଇଁ ଏହି ବଜେଟ, ସାଧାରଣ ଜନତା ଉପେକ୍ଷିତ: ଭକ୍ତ

ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ସମ୍ଭାବନା : ଆସନ୍ତା ୨୪ ଘଂଟା ପାଇଁ ୧୨ ଜିଲ୍ଲାକୁ ଚେତାବନୀ

FMNEWS.IN 28-01-2025
Dense fog likely in some parts of the state for the next 2 days: Warning issued for 12 districts for the next 24 hours

ଭୁବନେଶ୍ୱର, ୨୮ ଜାନୁଆରୀ - ଆଗାମୀ ୨ ଦିନ ରାଜ୍ୟର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଏନେଇ ଆସନ୍ତା ୨୪ ଘଂଟା ପାଇଁ ୧୨ଟି ଜିଲ୍ଲାକୁ ଚେତାବନୀ ଜାରୀ କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଯାଜପୁର, ଢ଼େଙ୍କାନାଳ, ଅନୁଗୁଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼ ଏବଂ ଗଞ୍ଜାମ । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ନେଇ ଚେତାବନୀ ରହିଛି । ଏସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ରୁ ୨୦୦ ମିଟର ମଧ୍ୟରେ ରହିପାରେ ।