Breaking News
- ଆଜି ସନ୍ଧ୍ୟାରେ ବସିବ ବିଜେଡିର ପିଏସି ବୈଠକ
- ଦୁର୍ନୀତିରେ ପୂର୍ବ ସରକାରକୁ ବର୍ତ୍ତମାନ ସରକାର ଟପିଗଲେଣି- ଅଶୋକ ଦାସ
- ଜାତୀୟ ସବ୍ ଜୁନିୟର ଭଲିବଲ୍ ଚାମ୍ପିୟନସିପ୍ରେ ଟିଏସ୍ଏଫ୍ର ୬ ଖେଳାଳି ସାମିଲ
- ସମାଜସେବୀ କିମ୍ବା ଦଳର ଜଣେ ବରିଷ୍ଠ ନେତା କଂଗ୍ରେସର ରାଜ୍ୟସଭା ପ୍ରାର୍ଥି ହୋଇପାରନ୍ତି- ରାମଚନ୍ଦ୍ର କାଡ଼ାମ
- ବଦଳିବ ଜିଡିପି ମାପର ତରିକା, ଫେବୃୟାରୀ 27ରେ ଆସିବ ତୃତୀୟ ତ୍ରୈମାସିକ ସଂଖ୍ୟା
ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୩ ଜିଲ୍ଲାକୁ ୱାର୍ଣ୍ଣିଂ : ଆଗାମୀ ଦୁଇ ଦିନ ୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
FMNEWS.IN
31-12-2024
(FMNews):- ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୩ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା କୋରାପୁଟ, କନ୍ଧମାଳ ଏବଂ ଅନୁଗୁଳ । ସେସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିବ ।
ସେହିପରି ଆଗାମୀ ୨ ଦିନ ମଧ୍ୟରେ କଳାହାଣ୍ଡି, ବଲାଙ୍ଗିର, ସୋନପୁର, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, କେନ୍ଦୁଝର, ନୟାଗଡ଼ ଏବଂ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।