Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ୱାର୍ଣ୍ଣିଂ : ୭ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ସମ୍ଭାବନା
FMNEWS.IN
04-01-2025
(FMNews):--ଆଗାମୀ ୨୪ ଘଂଟା ମଧ୍ୟରେ ଘନ କୁହୁଡ଼ି ନେଇ ୪ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ସେହି ଜିଲ୍ଲା ଗୁଡିକ ହେଲା ସୁନ୍ଦରଗଡ଼, ଅନୁଗୁଳ, କନ୍ଧମାଳ ଏବଂ କୋରାପୁଟ । ଏହି ଜିଲ୍ଲାଗୁଡ଼ିକରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡ଼ି ହେବାର ସମ୍ଭାବନା ରହିଛି । ସେସବୁ ସ୍ଥାନରେ କୁହୁଡ଼ିର ଦୃଶ୍ୟମାନ ଦୂରତା ୫୦ ମିଟରରୁ ୨୦୦ ମିଟର ମଧ୍ୟରେ ରହିପାରେ ।
ସେହିପରି ଆଗାମୀ ୨୪ ଘଂଟା ମଧ୍ୟରେ ଓଡ଼ିଶାର ଢ଼େଙ୍କାନାଳ, ଖୋର୍ଦ୍ଧା, କଟକ, ଗଞ୍ଜାମ, ଗଜପତି, କେନ୍ଦୁଝର ଏବଂ କଳାହାଣ୍ଡି ଆଦି ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ଦେଖାଦେବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।