Breaking News
- ଆନ୍ଧ୍ର ପ୍ରଦେଶରେ ଖାଇକୁ ଖସିଲା ବସ୍ , ୯ ଜଣ ଯାତ୍ରୀ ମୃତ, ୧୦ ଜଣଙ୍କ ଅବସ୍ଥା ଗୁରୁତର
- ଏସଆଇଆରର ତଦାରଖ ନିମନ୍ତେ ପର୍ଯ୍ୟବେକ୍ଷକ ନିଯୁକ୍ତ କଲେ ନିର୍ବାଚନ ଆୟୋଗ
- ରାହୁଲ ଗାନ୍ଧୀ ସଂସଦରେ ପ୍ରଦୂଷଣ ପ୍ରସଙ୍ଗରେ ବ୍ୟାପକ ଆଲୋଚନା ପାଇଁ କଲେ ଦାବି
- ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୩୧୨ କୋଟି ଟଙ୍କାର ଘଟଗାଁ ତାରିଣୀ ମନ୍ଦିର ବିକାଶ ପ୍ରକଳ୍ପର ଶୁଭାରମ୍ଭ କଲେ
- ଗୋଆରେ ନାଇଟ୍ କ୍ଲବରେ ସିଲିଣ୍ଡର ବିସ୍ଫୋରଣ ପରେ ଲାଗିଲା ନିଆଁ, 23 କର୍ମଚାରୀଙ୍କ ମୃତ୍ୟୁ
ଇଂରାଜୀ ନୂଆ ବର୍ଷରୁ ଆରମ୍ଭ ହେବ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା: ପୃଥ୍ୱୀରାଜ
FMNEWS.IN
22-12-2024
ଭୁବନେଶ୍ୱର, 22 ଡିସେମ୍ବର :୨୦୨୫ ଜାନୁଆରି ୧ ତାରିଖରୁ ମହାପ୍ରଭୁଙ୍କ ଧାଡ଼ି ଦର୍ଶନ ଆରମ୍ଭ ହେବ । ଏଥିପାଇଁ ଡିସେମ୍ବର ୩୦ ଓ ୩୧ ତାରିଖରେ ଟ୍ରାଏଲ କରାଯିବ। ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଆଜି ସାମ୍ବାଦିକ ମାନଙ୍କ ସହ କଥାବାର୍ତା ବେଳେ ଏନେଇ ସୂଚନା ଦେଇଛନ୍ତି ।
ସେ କହିଛନ୍ତି, ଡିସେମ୍ବର୨୭ ଏବଂ ୨୮ ତାରିଖ ସୁଦ୍ଧା ପରିବର୍ତ୍ତନ ପ୍ରକ୍ରିୟା ଶେଷ ହୋଇଯିବ। ପରୀକ୍ଷାମୂଳକ ଭାବେ ଡିସେମ୍ବର ୩୦ ଓ ୩୧ ତାରିଖରେ ଧାଡ଼ି ଦର୍ଶନ ହେବ । ଜାନୁଆରି ୧ତାରିଖରୁ ନିୟମିତ ଦର୍ଶନ ପ୍ରକ୍ରିୟାକୁ ଆସିବ। ସାତ ପାହାଚ ଦ୍ୱାର ଦେଇ ପ୍ରବେଶ ଏବଂ ଘଣ୍ଟି ଏବଂ ଗାରଦ ଦ୍ୱାର ଦେଇ ଶ୍ରଦ୍ଧାଳୁ ପ୍ରସ୍ଥାନ କରିବେ । ଘଣ୍ଟି ଦ୍ୱାରରେ ମହିଳା ଏବଂ ବରିଷ୍ଠ ନାଗରିକ ବାହାରିବେ । ଗାରଦ ଦ୍ୱାରରେ ପୁରୁଷମାନେ ଦର୍ଶନ କରି ବାହାରିବାର ବନ୍ଦୋବସ୍ତ କରାଯାଇଛି।