Breaking News
- ଅନୁଗୁଳ ଜିଲ୍ଲା ବିଜୁ ଜନତା ଦଳର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
- ଆଉ ଦେଖିବାକୁ ମିଳୁ ନାହିଁ ହଳ, ବଳଦ
- କେରଳରେ ଲକ୍ଷ୍ୟ କେବଳ ଭୋଟ ପ୍ରତିଶତ ବୃଦ୍ଧି କରିବା ନୁହେଁ, ବିଜେପିର ଜଣେ ମୁଖ୍ୟମନ୍ତ୍ରୀ ହେବ : ଅମିତ ଶାହା
- ପ୍ରଦୂଷଣ ସାର୍ଟିଫିକେଟ ନାମରେ ଗାଡିଚାଳକଙ୍କୁ ଲୁଟ୍ କରିବା ବନ୍ଦ କର : ସିପିଆଇ
- ଆରଡି ବସଷ୍ଟାଣ୍ଡ ନାମ ପରିବର୍ତନକୁ ନେଇ ରାଜଧାନୀରୁ ଶୈବପୀଠ ସବୁଠି ବିରୋଧ
3 ଜାନୁଆରୀରେ ଶପଥ ନେବେ ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି
FMNEWS.IN
01-01-2025
(FMNews):-- ଓଡ଼ିଶାର ନୂଆ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଗୁରୁବାର ଦିନ ଭୁବନେଶ୍ୱର ଆସିବେ। େ ୩ ତାରିଖରେ ଶପଥ ଗ୍ରହଣ କରିବେ।
ମିଳିଥିବା ସୂଚନା ଅନୁସାରେ ରାଜଭବନରେ ତାଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଶପଥ ପାଠ କରାଇବେ।
ସୂଚନା ଅନୁଯାୟୀ ନବନିଯୁକ୍ତ ରାଜ୍ୟପାଳ ଡକ୍ଟର ହରି ବାବୁ କମ୍ଭମପତି ଅପରାହ୍ଣ ୩ଟା ବେଳେ ଭୁବନେଶ୍ୱରରେ ପହଞ୍ଚିବା ପରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ।
ଏଠାରେ ଉଲ୍ଲେଖ କରାଯାଇ ପାରେ ଯେ. ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୫ ରାଜ୍ୟରେ ନୂଆ ରାଜ୍ୟପାଳ ନିଯୁକ୍ତ କରିଥିଲେ। ଓଡ଼ିଶାର ରାଜ୍ୟପାଳ ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଥିଲେ ଏବଂ ତାଙ୍କ ସ୍ଥାନରେ ମିଜୋରାମର ରାଜ୍ୟପାଳ ଥିବା ଡକ୍ଟର ହରି ବାବୁ କମ୍ଭମପତିଙ୍କୁ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତ କରିଥିଲେ।